ଫେରିନାହାନ୍ତି ଶତାଧିକ ଦାଦନ ଶ୍ରମିକ: ସୁରଟରେ ପ୍ରବାସୀ ଓଡ଼ିଆ ସଙ୍ଗଠନର ସହାୟତା

ଭଞ୍ଜନଗର,୨୮।୩(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରି ସ୍ଥିତିରେ ଭଞ୍ଜନଗର ଅଞ୍ଚଳର ଶତାଧିକ ଦାଦନ ଶ୍ରମିକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ଓଡ଼ିଆମାନେ ଯେଭଳି ସୁରକ୍ଷିତ ରହିବେ ସେ ନେଇ ମୁଖ୍ୟମନ୍ତ୍ରୀ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସମେତ ପ୍ରବାସୀ ଓଡ଼ିଆଙ୍କ ସହାୟତା ମାଗିଛନ୍ତି। ସୁରଟରେ ଫସି ରହିଥିବା ଶତାଧିକ ଓଡ଼ିଆ ବହୁ ଅସୁବିଧାରେ ଅଛନ୍ତି। ଶନିବାର ସନ୍ଧ୍ୟାରେ ଶତାଧିକ ଯୁବକ ସେଠାରୁ ଓଡ଼ିଶାକୁ ଚାଲିଚାଲି ଫେରିବା ପାଇଁ ଯୋଜନା କରୁଥିଲେ। ସେଠାକାର ପ୍ରବାସୀ ଓଡ଼ିଆ ସମାଜ ସଙ୍ଗଠନ ପକ୍ଷରୁ ଏସମ୍ପଅକ୍ତ ଯୁବକମାନଙ୍କୁ ଏପରି ନ କରିବାକୁ ପରାମର୍ଶ ଦିଆଯାଇଛି । ପ୍ରବାସୀ ଓଡ଼ିଆ ସଙ୍ଗଠନ ସହାୟତାରେ ସେଠାରେ ସେମାନଙ୍କ ରହିବା ବ୍ୟବସ୍ଥା କରାଯାଉଛି । କେତେକ ସ୍ଥାନରେ ରନ୍ଧାଖାଦ୍ୟ ମଧ୍ୟ ବଣ୍ଟନ କରାଯାଉଛି । ପ୍ରବାସୀ ଓଡ଼ିଆ ସମାଜର ସଭାପତି ପ୍ରଦୀପ ସାହୁ, ଶିବରାମ ନାୟକ, ପ୍ରଶାନ୍ତ ଆରୁଖ, ଜୟରାମ ଦଳେଇ, ସନ୍ତୋଷ କୁମାର ଦଳବେହେରା, ଟୁଲୁ ପାତ୍ର, ରୁନୁ ପ୍ରଧାନ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମ ତଦାରଖ କରୁଛନ୍ତି। ଅନ୍ୟପକ୍ଷରେ ଉତ୍ତରପ୍ରଦେଶରୁ ୧୫ଜଣ ଭଞ୍ଜନଗର ବ୍ଲକ ମୁଜାଗଡ଼ର ନିଧିଆପଲ୍ଲୀ ଆସି କୁରାଢ଼ି କାତି ବିକ୍ରି କରୁଥିଲେ। ସେମାନେ ଦୁର୍ଦ୍ଦିନରେ ଥିବା ବେଳେ ପଞ୍ଚାୟତ ପକ୍ଷରୁ ସହାୟତା ଯୋଗାଇ ଦେବାକୁ ନିବେଦନ କରିଛନ୍ତି । କେତେକ ସ୍ଥାନରେ ଲୋକେ ଚାଲି ଚଳାଇ ନିଜ ଭିଟାମାଟିକୁ ଫେରୁଥିବା ଦେଖାଯାଉଛି। କନ୍ଧମାଳ ଜିଲାର କିଛି ଲୋକ ଭୁବନେଶ୍ୱରରୁ ଆସି ଶନିବାର ଭଞ୍ଜନଗରରେ ପହଞ୍ଚିଛନ୍ତି । ଚାଲି ଚାଲି ରବିବାର ସେମାନେ ଗ୍ରାମରେ ପହଞ୍ଚିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri