ଫେରିବାକୁ ଚାହିଁ ବସିଛନ୍ତି ୭୮ଦାଦନ ଶ୍ରମିକ

ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ନେଇ ଦେଶବ୍ୟାପୀ ଲକ୍‌ ଡାଉନ୍‌ ସମୟରେ ସବୁଠୁ ବେଶୀ ଅସୁବିଧାରେ ପଡିଛନ୍ତି ଦାଦନ ଶ୍ରମିକ । ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଫସି ରହିଥିବା ଶତାଧିକ ଦାଦନ ଶ୍ରମିକ ଏବେ ଉଦ୍ଧାର ପାଇଁ ଆର୍ତ୍ତ ଚିତ୍କାର କରୁଛନ୍ତି । ବଲାଙ୍ଗୀର ଜିଲାର ୭୮ରୁ ଉର୍ଦ୍ଧ୍ୱ ଦାଦନ ଶ୍ରମିକ ତାମିଲନାଡୁର ବିଭିନ୍ନ ସ୍ଥାନରେ ଅଟକି ରହି ଅସୁବିଧା ଭୋଗୁଥିବା ମୋବାଇଲ ଭିଡିଓରୁ ଜଣାପଡିଛି । ସେମାନେ ଉଦ୍ଧାର କରିବା ପାଇଁ ଆକୁଳ ନିବେଦନ କରୁଛନ୍ତି । ଖାଦ୍ୟ ସାମଗ୍ରୀ ସରି ଯାଇଥିବାରୁ ସେମାନେ କରୋନା ସଂକ୍ରମଣ ପୂର୍ବରୁ ଭୋକରେ ମରିଯିବେ ବୋଲି କହୁଥିବା ଶୁଣାଯାଇଛି । ଗୋଟିଏ ଭିଡିଓରେ ବଲାଙ୍ଗୀର ଜିଲା ପୁଇଁତଲା ବ୍ଳକ ଅଧିନ ଲୁକାପଡା ଗ୍ରାମର ୧୫, ଆଗଲପୁର ବ୍ଳକ୍‌ ନୁନିଆପାଲିର ୧୦, ବଲାଙ୍ଗୀର ସଦର ବ୍ଳକ ଅନ୍ତର୍ଗତ ଚନ୍ଦନଭାଟିର ୧୫ ଏବଂ ସଇଁତଲା ବ୍ଳକ ଟିକ୍ରାପଡା ଗ୍ରାମର ୪ ଜଣ ଏହିପରି ସମୁଦାୟ ୪୪ ଜଣ ଦାଦନ ଶ୍ରମିକ ତାମିଳନାଡୁର ତ୍ରିପୁର ଜିଲା କାଦାମ୍ପାଲିୟମ୍‌ ଗ୍ରାମରେ ଫସି ରହିଥିବା ଜଣାଇଛନ୍ତି । ସେମାନଙ୍କ ପାଖରେ ଖାଇବା ପାଇଁ କିଛି ନଥିବାରୁ ସେମାନେ ଅସୁବିଧା ଭୋଗୁଥିବା କହିଛନ୍ତି । ଏଭଳି ସ୍ଥିତିରେ ସେମାନେ ପ୍ରଧାନମନ୍ତ୍ରୀ ଓ ଓଡିଶାର ମୁଖ୍ୟମନ୍ତ୍ରୀଙ୍କୁ ଉଦ୍ଧାର ପାଇଁ ଆକୁଳ ନିବେଦନ କରିଛନ୍ତି । ଠିକ୍‌ ସେହିପରି ତାମିଲନାଡୁର ଗଣପଥିପଲୟମ୍‌ ରୋଡ, ଭିରାପୋଣ୍ଡିଠାରେ ୩୪ ଜଣ ଦାଦନ ଶ୍ରମିକ ଫସିଥିବା ଜଣାପଡିଛି । ଏହି ୩୪ ଜଣଙ୍କ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର ଜିଲାର ଶ୍ରମିକ ଥିବା ଜଣାପଡିଛି । ଏହି ଶ୍ରମିକଙ୍କୁ ଉଦ୍ଧାର ପାଇଁ ରାଜ୍ୟ ଶ୍ରମ କଲ୍ୟାଣ ବୋର୍ଡର ସଦସ୍ୟ ଲଳିତ କୁମାର ନାୟକ ରାଜ୍ୟ ସରକାର ଓ ବଲାଙ୍ଗୀର ଜିଲାପାଳଙ୍କୁ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri