ନାଉଗଁ।, ୭।୩ (ସ୍ବ.ପ୍ର.): ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଅନୁଦାନ ଅର୍ଥ ଯୋଗାଇ ଦିଆଯାଉଥିବା ବେଳେ ଠିକ୍ ସମୟରେ ଅନୁଦାନ ଖର୍ଚ୍ଚ କରା ନ ଗଲେ ତାହା ଫେରିଯିବା ନିୟମ ମଧ୍ୟ ରହିଛି। ତେବେ ନାଉଗାଁ ବ୍ଲକ ଅଧୀନ ୧୬ଟି ପଞ୍ଚାୟତକୁ ଆସିଥିବା ଅନୁଦାନ ଅର୍ଥ ବିନିଯୋଗ ହୋଇଥିବା ବେଳେ କେବଳ ରୋହିଆ ପଞ୍ଚାୟତକୁ ଆସିଥିବା ୧ କୋଟି ୬୦ ଲକ୍ଷ ଟଙ୍କାର ଅନୁଦାନ ରାଶି କୌଣସି କାର୍ଯ୍ୟରେ ଖର୍ଚ୍ଚ ହୋଇପାରିନାହିଁ। ଇତିମଧ୍ୟରେ ଆର୍ଥିକ ବର୍ଷ ଶେଷ ହେବାକୁ ବସିଥିବା ବେଳେ ଅନୁଦାନ ଅର୍ଥ ଖର୍ଚ୍ଚ ହୋଇପାରି ନ ଥିବାରୁ ଏହା ଫେରିଯିବାର ଆଶଙ୍କା ରହିଛି। ଦୁଇ ଦଳ ମଧ୍ୟରେ ଭାଗବଣ୍ଟା ନ ଛିଣ୍ଡିବା ଯୋଗୁ ପଞ୍ଚାୟତରେ ଉନ୍ନତୀକରଣ କାର୍ଯ୍ୟ ଆଗେଇପାରୁ ନ ଥିବା ବେଳେ ଅନୁଦାନ ଖର୍ଚ୍ଚ ହୋଇପାରୁନାହିଁ ବୋଲି ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ପଞ୍ଚାୟତର ପାଣ୍ଠି ବାବଦରେ ୫୪ ଲକ୍ଷ, ବ୍ଲକ ଶେୟାର ୮୧ ଲକ୍ଷ ଓ ଆମ ଗଁା ଆମ ବିକାଶ ଯୋଜନାରେ ୨୫ ଲକ୍ଷ ଟଙ୍କା ସର୍ବମୋଟ ୧ କୋଟି ୬୦ ଲକ୍ଷ ଟଙ୍କା ଅନୁଦାନ ପଡ଼ି ରହିଥିବା ଜଣାଯାଇଛି।
ପ୍ରକାଶ ଯେ, ଗତ ପଞ୍ଚାୟତ ନିର୍ବାଚନରେ ଉକ୍ତ ପଞ୍ଚାୟତରେ କଂଗ୍ରେସ ସମର୍ଥିତ ପ୍ରାର୍ଥୀ ସରପଞ୍ଚ ଓ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ଅନ୍ୟପଟେ ଗତ ସାଧାରଣ ନିର୍ବାଚନରେ ଜଗତ୍ସିଂହପୁର ବିଧାନସଭା ଆସନରୁ ବିଜେଡିର ପ୍ରଶାନ୍ତ କୁମାର ମୁଦୁଲି ବହୁମତ ପାଇ ନିର୍ବାଚନ ଜିତିଛନ୍ତି। ତେଣୁ ରୋହିଆ ପଞ୍ଚାୟତରେ ଉଭୟ ବିଜେଡି ଓ କଂଗ୍ରେସ ସମର୍ଥତ୍ତଙ୍କ ମଧ୍ୟରେ ମତପାର୍ଥକ୍ୟ ଯୋଗୁ ଦେଢ଼କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପଞ୍ଚାୟତବାସୀଙ୍କ ହିତରେ ଲାଗିପାରୁନି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ତେବେ ପଡ଼ି ରହିଥିବା ଅନୁଦାନ ଖର୍ଚ୍ଚ କରିବା ପାଇଁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ୩ ମାସ ପୂର୍ବେ ହୋଇଥିବା ପଞ୍ଚାୟତ ସମିତି ବୈଠକ ଓ ଗତ କିଛି ଦିନ ତଳେ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଯୋଗଦେବା ଅବସରରେ ବିଧାୟକ ମୁଦୁଲି ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ଦିନ କେଇଟା ବାକି ଥିଲେ ହେଁ ସେ ଦିଗରେ କୌଣସି ପଦକ୍ଷେପ ନିଆଯାଇନାହିଁ। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ଶିବବ୍ରତ ନାୟକଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ସମିତିସଭ୍ୟ ପଦ୍ମଚରଣ ରାଉତ ଏ ସମ୍ପର୍କରେ କୁହନ୍ତି, ପଡ଼ି ରହିଥିବା ଅନୁଦାନ କେଉଁ ଉପାୟରେ ଖର୍ଚ୍ଚ କରାଯିବ, ସେ ନେଇ ବ୍ଲକ ବିଜେଡି ସଭାପତି, ବ୍ଲକ ଅଧ୍ୟକ୍ଷ, ସହକାରୀ ଯନ୍ତ୍ରୀ, ସରପଞ୍ଚ ଓ ସମିତିସଭ୍ୟଙ୍କ ଉପସ୍ଥିତିରେ ଏକ ବୈଠକରେ ଆଲୋଚନା କରାଯାଇଛି। ଖୁବ୍ଶୀଘ୍ର ସବୁ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି। ବ୍ଲକ ବିଜେଡି ସଭାପତି ସୁଜିତ ମଲ୍ଲିକଙ୍କୁ ପଚାରିବାରେ ଅନୁଦାନ ଖର୍ଚ୍ଚ ନେଇ ବୈଠକରେ ଆଲୋଚନା ସରିଛି। ଖୁବ୍ଶୀଘ୍ର ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବ।
Posted inଆମ ଜିଲା ଖବର, ଜଗତ୍ସିଂହପୁର, ରାଜ୍ୟ View All
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…
ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…
ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…
ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…
ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ
ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍ ପରେ…
ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…
ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…
ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା
ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…
ଘରେ କରୁଥିଲେ କାମ: ବିଦ୍ୟୁତ୍ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…
Archives

