ଫେଲ୍‌ ମାରିବା ପରେ ବଦଳିଲା ସର୍ବକ୍ଷମା ଯୋଜନା: ଅଧିକ ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର, ୮ା୮(ବ୍ୟୁରୋ): ସହରରେ ଘର କରିବାକୁ ହେଲେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କିମ୍ବା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ଘରଟି ବେନିୟମ ଭାବେ ନିର୍ମିତ ହୋଇଥାଏ ତାହା ହେଲେ ପରବର୍ତ୍ତୀ ସମୟରେ ତାହାକୁ ବିଡିଏ କିମ୍ବା ବିଏମ୍‌ସିର ଅନୁମୋଦନ କରିବା ଆବଶ୍ୟକ। ଯଦି ଅନୁମୋଦନ ନ ମିଳେ ତାହା ହେଲେ ତା’କୁ ଭଙ୍ଗାଯାଏ। ତେବେ ବିଏମ୍‌ସି, ବିଡିଏ କର୍ତ୍ତୃପକ୍ଷଙ୍କଠାରୁ ପ୍ଲାନ ନେଇ ଘର ନିର୍ମାଣ କରୁଥିବା ଲୋକଙ୍କ ଉପରେ ମାତ୍ରାଧିକ ବୋଝ ଲଦି ଦିଆଯାଉଛି। ଫଳରେ ଲୋକମାନେ ଏବେ ବିଡିଏ କିମ୍ବା ବିଏମ୍‌ସି କର୍ତ୍ତୃପଙ୍କଠାରୁ ପ୍ଲାନ ନ ନେଇ ମୁହଁ ଫେରାଉଛନ୍ତି। ଫଳରେ ବେଆଇନ ନିର୍ମାଣକୁ ନିୟମିତ କରିବା ଯୋଜନା-୨୦୧୮ ବା ସର୍ବକ୍ଷମା ଯୋଜନା ୨୦୧୮ ଫେଲ ମାରିଥିଲା। ବିଡିଏ ଓ ବିଏମ୍‌ସି ଅଧିକାରୀ ଲୋକଙ୍କୁ ସହଯୋଗ କରୁ ନ ଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଥିବା ବେଳେ ଏବେ ରାଜ୍ୟ ସରକାର ଏଥିରେ ବହୁ ମାତ୍ରାରେ ସଂଶୋଧନ ଆଣି ବେଆଇନ ନିର୍ମାଣକୁ ନିୟମିତ କରିବା ଯୋଜନା-୨୦୧୯ ବା ନୂଆ ସର୍ବକ୍ଷମା ଯୋଜନା ଆଣିଛନ୍ତି।
ଗତ ୬ ତାରିଖ ଦିନ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ୬ ମାସ ମଧ୍ୟରେ ରାଜ୍ୟର ୯ଟି ଉନ୍ନୟନ କର୍ତ୍ତୃପକ୍ଷଙ୍କ ଅଞ୍ଚଳର ଲୋକମାନେ ଏହି ଯୋଜନାରେ ଆବେଦନ କରିପାରିବେ ବୋଲି ଏଥିରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି। ଗଢ଼ି ଉଠିଥିବା ବେଆଇନ ନିର୍ମାଣକୁ ଆଇନସମ୍ମତ କରାଇବାକୁ ପୂର୍ବ ଯୋଜନାକୁ ସଂଶୋଧିତ କରି ଏହି ନୂଆ ବିଜ୍ଞପ୍ତିକୁ ପ୍ରକାଶ କରାଯାଇଛି। ପୂର୍ବ ଯୋଜନାରେ ପୂର୍ବାପେକ୍ଷା ଆବେଦନ ହୋଇ ନ ଥିବାରୁ ଏହାକୁ ସଂଶୋଧିତ କରାଯାଇଛି ବୋଲି ବିଭାଗୀୟ କର୍ତ୍ତୃପକ୍ଷ ଜଣାଇଛନ୍ତି। ଅଧିକରୁ ଅଧିକ ଲୋକ ଯେପରି ସର୍ବକ୍ଷମା ଯୋଜନାରେ ସାମିଲ ହେବେ ସେଭଳି ଏହାକୁ ପ୍ରସ୍ତୁତ କରାଯାଇଛି। ଆବାସିକ ଘର, ବ୍ୟବସାୟିକ ଘର ଆଦିର ପାର୍କିଂ, କମ୍ପାଉଣ୍ଡିଂ ଚାର୍ଜ ଆଦିରେ କୋହଳ କରି ନୂଆ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri