Posted inଜାତୀୟ

ଫେଲ୍‌ ମାରିଲା ‘ଜନନୀ ଏକ୍ସପ୍ରେସ୍‌’: ରାଜ୍ୟ ରାଜପଥ କଡ଼ରେ ପ୍ରସବ କଲେ ମହିଳା

ବୁରହାନପୁର,୨୪।୮: ମଧ୍ୟପ୍ରଦେଶ ବୁରହାନପୁରରେ ଜଣେ ମହିଳା ରାଜ୍ୟ ରାଜପଥ କଡ଼ରେ ପ୍ରସବ କରିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରସବ ଯନ୍ତ୍ରଣା ପରେ ‘ଜନନୀ ଏକ୍ସପ୍ରେସ୍‌’ ସହ ଯୋଗାଯୋଗ କରାଯାଇଥିଲେ ବି ଏହା ନ ପହଞ୍ଚିବାରୁ ମହିଳା ଜଣଙ୍କ ତାଙ୍କ ସ୍ବାମୀଙ୍କ ସହ ମୋଟର ସାଇକେଲରେ ହସ୍ପିଟାଲ ଯାଇଥିବା ବେଳେ ରାଜ୍ୟ ରାଜପଥ କଡରେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ମହିଳାଙ୍କ ଶାଶୁଙ୍କ କହିବା କଥା ହେଲା ଏ ନେଇ ସେମାନେ ଏଏନ୍‌ଏମ୍‌ଙ୍କ ସହ ମଧ୍ୟ ଯୋଗାଯୋଗ କରିଥିଲେ। ହେଲେ ଆମ୍ବୁଲାନ୍ସ କି ‘ଜନନୀ ଏକ୍ସପ୍ରେସ୍‌’ ପହଞ୍ଚିବା ବିଳମ୍ବ ହେବାରୁ ସେମାନେ ଗର୍ଭବତୀଙ୍କୁ ମୋଟର ସାଇକେଲରେ ହସ୍ପିଟାଲ ନେଇ ଯାଉଥିଲେ। ଏହାପରେ ମା’ ଓ ନବଜାତ ଶିଶୁ କନ୍ୟାଙ୍କୁ ନିକଟସ୍ଥ ଶାହପୁର କମ୍ୟୁନିଟି ହେଲ୍‌ଥ ସେଣ୍ଟର ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ଚିକିତ୍ସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri