ଫୋବର୍‌ସରେ ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମହିଳାଙ୍କ ତାଲିକା: ନିର୍ମଳା ସୀତାରାମନ ବି ସାମିଲ

ନୂଆଦିଲ୍ଲୀ,୧୩।୧୨: ଫୋବର୍‌ସ ପକ୍ଷରୁ ବିଶ୍ୱର ସବୁଠାରୁ ୧୦୦ ଶକ୍ତିଶାଳୀ ମହିଳାଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଭାରତର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ସ୍ଥାନ ମିଳିଛି। ପ୍ରଥମ ଥର ଜଣେ ଅର୍ଥମନ୍ତ୍ରୀଙ୍କ ନାଁ ଏହି ତାଲିକାରେ ସାମିଲ କରାଯାଇଛି। ଫୋବର୍‌ସ ପକ୍ଷରୁ ଜାରି କରାଯାଇଥିବା ଏହି ତାଲିକାରେ ନିର୍ମଳା ସୀତାରାମନ ୩୪ତମ ସ୍ଥାନରେ ରହିଛନ୍ତି। ଅପରପକ୍ଷରେ ଲଗାତାର ୯ଥର ପ୍ରଥମ ସ୍ଥାନରେ ରହିଛନ୍ତି ଜର୍ମାନୀର କୁଳପତି ଏଞ୍ଜେଲା ମାର୍କେଲ। ଦ୍ୱିତୀୟରେ ରହିଛନ୍ତି ୟୁରୋପ ସେଣ୍ଟ୍ରାଲ ବ୍ୟାଙ୍କର ମୁଖ୍ୟ କ୍ରୀଷ୍ଟିନ୍‌ ଲେଗାର୍ଡ।ଏହି ତାଲିକାରେ ନିର୍ମଳାଙ୍କ ବ୍ୟତୀତ ଭାରତରୁ ଏଚ୍‌ସିଏଲ୍‌ କର୍ପୋରେସନର ସିଇଓ ଓ କାର୍ଯ୍ୟକାରୀ ନିର୍ଦ୍ଦେଶକ ରୋଶନୀ ନାଦର ମଲହୋତ୍ରାଙ୍କୁ ୫୪ତମ ସ୍ଥାନ ଏବଂ ମେଡିସିନ କମ୍ପାନୀର ଏମ୍‌ଡି ଓ ସିଇଓ କିରଣ ମଜୁମଦାର ଶ’୬୫ତମ ସ୍ଥାନ ଅକ୍ତିଆର କରିଛନ୍ତି। ପ୍ରଥମଥର ୨୩ ମହିଳାଙ୍କୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମହିଳାଙ୍କ ତାଲିକାରେ ସାମିଲ କରାଯାଇଛି। ସେହିପରି ଆଇଏମ୍‌ଏଫ୍‌ର ପ୍ରବନ୍ଧ ନିର୍ଦ୍ଦେଶକ କ୍ରିଷ୍ଟଲୀନା ଜର୍ଜୀବା, ପରିବେଶ କର୍ମକର୍ତ୍ତା ଗ୍ରେଟା ଥନବର୍ଗ ଓ ପପ୍‌ ଗାୟକ ରିହାନାଙ୍କୁ ବି ଏହି ତାଲିକାରେ ସ୍ଥାନ ମିଳିଛି। ଏହି କ୍ରମରେ ବାଲାଂଦେଶର ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ୨୯ତମ ସ୍ଥାନ ଅକ୍ତିଆର କରିଛନ୍ତି। ୨୦୧୯ରେ ବିଶ୍ୱର ଏହି ମହିଳାମାନେ ନିଜ ସମର୍ଥଠାରୁ ଊର୍ଦ୍ଧ୍ୱକୁ ଯାଇ ସରକାରୀ, ଉଦ୍ୟୋଗ ଓ ବାଦନ୍ୟତା କାର୍ଯ୍ୟର ମୁଖ୍ୟ ଭୂମିକା ନିର୍ବାହ କରିଥିବାରୁ ଏମାନଙ୍କୁ ଏଥିରେ ସାମିଲ କରାଯାଇଛି ବୋଲି ଫୋବର୍‌ସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri