Posted inଖେଳ

ଫୋର୍ବସ ସର୍ବାଧିକ ଆୟକାରୀ ଆଥଲେଟ୍‌ ତାଲିକା:କୋହଲି ଏକ ମାତ୍ର ଭାରତୀୟ

ନ୍ୟୁୟର୍କ,୩୦।୫(ପି.ଟି.): ଜଣାଶୁଣା ପତ୍ରିକା ଫୋର୍ବସ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ କ୍ରିକେଟର ଭାବେ ସ୍ଥାନ ପାଇଛନ୍ତି ଭାରତୀୟ କ୍ରିକେଟ ସୁପରଷ୍ଟାର ବିରାଟ କୋହଲି। ୨୦୨୦ ତାଲିକାରେ ସେ ୨୬ ମିଲିୟନ ଆମେରିକୀୟ ଡଲାର ଆୟ ସହ ୧୦୦ରୁ ୬୬ତମ ସ୍ଥାନକୁ ଲମ୍ବ ଡିଆଁ ମାରିଛନ୍ତି। ପୁଣି ଏକମାତ୍ର କ୍ରିକେଟର ଭାବେ ୩୧ ବର୍ଷୀୟ କୋହଲି ଶ୍ରେଷ୍ଠ-୧୦୦ରେ ସ୍ଥାନ ପାଇଛନ୍ତି। ବିଜ୍ଞାପନରୁ ସେ ୨୪ ଓ ପାଉଣା କିମ୍ବା ପୁରସ୍କାର ରାଶି ହିସାବରେ ସେ ୨ ମିଲିୟନ ଆମେରିକୀୟ ଡଲାର ଉପାର୍ଜନ କରିଛନ୍ତି। ୨୫ ମିଲିୟନ ଡଲାର ଉପାର୍ଜନ କରି ସେ ୨୦୧୯ ତାଲିକାର ୧୦୦ତମ ସ୍ଥାନରେ ଥିଲେ। ସେହିପରି ୨୦୧୮ରେ ୨୪ ମିଲିୟନ ଡଲାର ଉପାର୍ଜନ କରି ତାଲିକାର ୮୩ତମ ସ୍ଥାନରେ ଥିଲେ। ଟେନିସ ଲଜେଣ୍ଡ ରୋଜର ଫେଡରର ୧୦୬.୩ ମିଲିୟନ ଅର୍ଥ ଉପାର୍ଜନ କରି ତାଲିକାର ଶୀର୍ଷରେ ରହିଛନ୍ତି। ଗତବର୍ଷ ସେ ପଞ୍ଚମ ସ୍ଥାନରେ ଥିଲେ। ଏବର୍ଷ କୋଭିଡ୍‌-୧୯ ମହାମାରୀ କାରଣରୁ ସାରା ବିଶ୍ୱରେ କ୍ରୀଡ଼ା ସସ୍‌ପେଣ୍ଡ ହୋଇଛି ଓ ଆଥଲେଟମାନଙ୍କ ଉପାର୍ଜନ ସାଂଘାତିକ ଭାବେ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri