ଫ୍ରାନ୍ସ୍‌ରେ କରୋନାର ମୃତ୍ୟୁ ତାଣ୍ଡବ: ମହଙ୍ଗା ପଡ଼ିଲା ଚର୍ଚ୍ଚର ସାମୁହିକ ପ୍ରାର୍ଥନା

ପ୍ୟାରିସ୍‌,୩୧।୩: କରୋନା ସଂକ୍ରମଣ ଯୋଗୁ ଫ୍ରାନ୍ସ୍‌ରେ ମୃତ୍ୟୁର ତାଣ୍ଡବ ଜାରି ରହିଛି। ଇତିମଧ୍ୟରେ ଏଠାରେ ମୃତ୍ୟୁ ସଂଖ୍ୟା ୩,୦୨୪ ଛୁଇଁଛି। ଗୋଟିଏ ଦିନରେ ଏଠାରେ ୪୧୮ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଦେଶରେ ୨୦,୯୪୬ ସଂକ୍ରମିତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୫,୦୫୬ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ଫ୍ରାନ୍ସ୍‌ରେ ଜାରି ରହିଥିବା ଏଭଳି ସ୍ଥିତି ପାଇଁ ଫେବୃୟାରୀ ୧୮ର ସାମୁହିକ ପ୍ରାର୍ଥନା ଦାୟୀ ବୋଲି ଅନୁମାନ କରାଯାଉଛି। ଏସମ୍ପର୍କରେ ସରକାର ଏବେ ମୁହଁ ଖୋଲିଛନ୍ତି। ପ୍ରତିବର୍ଷ ମ୍ୟୁଲହାଉସ୍‌ ସ୍ଥିତ ଚର୍ଚ୍ଚରେ ଏକ ସପ୍ତାହ ବ୍ୟାପୀ ସାମୁହିକ ପ୍ରାର୍ଥନାର ଆୟୋଜନ କରାଯାଇଥାଏ। ଚଳିତ ବର୍ଷ ଏହି ପ୍ରାର୍ଥନା ଯୋଗୁ ଫ୍ରାନ୍ସ୍‌ରେ କରୋନା ମହାମାରୀ ରୂପ ନେଇଛି। ଏଥିରେ ଦେଶବିଦେଶରୁ ବହୁ ଖ୍ରୀଷ୍ଟ ଧର୍ମାବଲମ୍ବୀ ଯୋଗ ଦେଇଥିଲେ। ସାମୁହିକ ପ୍ରାର୍ଥନାରେ ୨୫୦୦ରୁ ଅଧିକ ଲୋକ କରୋନା ଦ୍ୱାରା ସଂକ୍ରମିତ ହୋଇଥିବା ସରକାର କହିଛନ୍ତି। ଫ୍ରାନ୍ସ୍‌ରେ ପ୍ରଥମ କରୋନା ସଂକ୍ରମଣ ଘଟଣା ଫେବୃୟାରୀ ୨୯ରେ ଚିହ୍ନଟ ହୋଇଥିଲା। ସାମୁହିକ ପ୍ରାର୍ଥନାରେ ଯୋଗଦେଇଥିବା ୧୭ ଜଣ ଲୋକଙ୍କ ଇତିମଧ୍ୟରେ ମୃତ୍ୟୁ ହୋଇସାରିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜର୍ମାନୀ ଫ୍ରାନ୍ସ୍‌ ସହିତ ଥିବା ସୀମାକୁ ସିଲ୍‌ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri