ଫ୍ରିଜ୍‌ରେ ବଟର୍‌ ରଖୁଛନ୍ତି କି…

ଖାଦ୍ୟରେ ବଟର୍‌ ବା ଲହୁଣୀ ବ୍ୟବହାର କଲେ ଏହା ଖାଦ୍ୟକୁ ସ୍ବାଦିଷ୍ଟ କରିଥାଏ। ବଟରକୁ ବ୍ୟବହାର କରି ସାରିବା ପରେ ଆମେ ଏହାକୁ ଫ୍ରିଜ୍‌ରେ ରଖି ଦେଇଥାଉ। କିନ୍ତୁ ବଟରକୁ ଫ୍ରିଜ୍‌ରେ ରଖି ବ୍ୟବହାର କରିବା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ, କ’ଣ ଆପଣ ଜାଣିଛନ୍ତି କି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ୟୁନାଇଟେଡ୍‌ ଷ୍ଟେଟ୍ସ ଡିପାର୍ଟମେଣ୍ଟ ଅଫ୍‌ ଏଗ୍ରିକଲଚର୍‌(USDA)ର ରିପୋର୍ଟ ଅନୁସାରେ ବଟର୍‌ ହେଉଛି ଏକମାତ୍ର ଡାଏରୀ ଫୁଡ, ଯାହା ବିନା ଫ୍ରିଜ୍‌ରେ ମଧ୍ୟ ସୁରକ୍ଷିତ ରହିଥାଏ। ଆପଣ ଭାବୁଥିବେ ଏହା କିପରି ସମ୍ଭବ। ତେବେ ଆସନ୍ତୁ ଜାଣିବା ବିନା ଫ୍ରିଜ୍‌ରେ ବଟର୍‌ ବା ଲହୁଣୀକୁ କିପରି ରଖାଯାଇପାରିବ ଏବଂ ଏହା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ।
*ବିଭିନ୍ନ ଶୈଳୀରେ ବଟରକୁ ପ୍ରସ୍ତୁତ କରାଯାଇଥାଏ। ଏହା ଏକମାତ୍ର ଦୁଗ୍ଧଜାତ ଦ୍ରବ୍ୟ ଯାହାକୁ ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ବିନା ଫ୍ରିଜ୍‌ରେ ରଖାଯାଇପାରିବ। ଏଥିରେ ୮୦ ପ୍ରତିଶତ ଫ୍ୟାଟ ରହିଛି। ବଟରରେ ପାଣିର ମାତ୍ରା ବହୁତ କମ୍‌ ଥିବାରୁ ଏହା ବ୍ୟାକ୍ଟେରିଆଙ୍କୁ ଆକର୍ଷିତ କରିପାରେନାହିଁ।
*ଏହାର ଅନ୍ୟ ଏକ କାରଣ ହେଉଛି, ବଟର୍‌ ଫୁଟା କ୍ଷୀରରୁ ପ୍ରସ୍ତୁତ ହେଉଥିବାରୁ ଏଥିରେ ବ୍ୟାକ୍ଟେରିଆର ବଂଶବୃଦ୍ଧି ଏତେ ସହଜରେ ହୋଇପାରିନଥାଏ। ଆହୁରି ମଧ୍ୟ ଆପଣ ବଟରରେ ଲୁଣର ବ୍ୟବହାର କରି ବ୍ୟାକ୍ଟେରିଆ ବୃଦ୍ଧିକୁ କମ୍‌ କରିପାରିବେ। କିନ୍ତୁ ବଟରକୁ ଫ୍ରିଜ୍‌ରେ ରଖିବା ଦ୍ୱାରା ଏହା ପାଣି ସଂସ୍ପର୍ଶରେ ଆସିଥାଏ ଏବଂ ବ୍ୟାକ୍ଟେରିଆ ବୃଦ୍ଧି ସହଜ ହୋଇଥାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ସୂର୍ଯ୍ୟକିରଣ ଓ ଲାଇଟଠାରୁ ଦୂରେଇ ରଖିଲେ ବଟରକୁ ଅଧିକ ଦିନ ପର୍ଯ୍ୟନ୍ତ ସାଇତି ରଖାଯାଇପାରିବ। କିନ୍ତୁ ଗରମ ଦିନରେ ଏହାକୁ ଆପଣ ଫ୍ରିଜ୍‌ରେ ରଖି ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri