Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌: ନାଡ଼ାଲ, ଜୋକୋଭିଚ୍‌ଙ୍କ ଅଗ୍ରଗତି

ପ୍ୟାରିସ୍‌,୨୮।୫ (ଏଏଫ୍‌ପି)- ଗତଥରର ଚାମ୍ପିୟନ ସ୍ପେନ୍‌ର ରାଫାଲ ନାଡ଼ାଲ ଓ ସର୍ବିଆ ତାରକା ନୋଭାକ ଜୋକୋଭିଚ୍‌ ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ୧୭ଥର ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା ନାଡ଼ାଲ ୬-୨, ୬-୧, ୬-୩ ସେଟ୍‌ରେ ଜର୍ମାନ କ୍ୱାଲିଫାୟର ତଥା ବିଶ୍ୱର ୧୧୪ ନମ୍ବର ଖେଳାଳି ୟାନିକ୍‌ ହାନଫମ୍ୟାନଙ୍କୁ ପରାସ୍ତ କରି ଅଗ୍ରଗତି କରିଛନ୍ତି। ଏଥି ସହିତ ନାଡ଼ାଲ ଦ୍ୱାଦଶ ଫ୍ରେଞ୍ଚ ଓପନ ଟାଇଟଲ ହାସଲ ପାଇଁ ଗୋଟିଏ ପାଦ ଆଗକୁ ବଢିଛନ୍ତି। ସେହିପରି ବିଶ୍ୱର ୧ ନମ୍ବର ଖେଳାଳି ଜୋକୋଭିଚ୍‌ ୬-୪, ୬-୨, ୬-୨ ସେଟରେ ପୋଲାଣ୍ଡର ହୁବର୍ଟ ହୁର୍କାଜଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ନାଡ଼ାଲ ଚଳିତ କ୍ଲେ- କୋର୍ଟ ସିଜନରେ କ୍ରମାଗତ ୩ଟି ଟୁର୍ନାମେଣ୍ଟର ସେମିଫାଇନଲରେ ପରାସ୍ତ ହୋଇଥିଲେ। ତେବେ ଇଟାଲିଆନ ଓପନ୍‌ରେ ଦମ୍‌ଦାର ପ୍ରଦର୍ଶନ କରି ସେ ଟାଇଟଲ ଜିତିଥିଲେ। ଜୋକୋଭିଚ୍‌ଙ୍କୁ ହରାଇ ସେ ଏହି ସଫଳତା ପାଇଥିଲେ। କ୍ଲେ-କୋର୍ଟର ରାଜା କୁହାଯାଉଥିବା ନାଡ଼ାଲ ପ୍ରେଞ୍ଚ୍‌ ଓପନରେ ଏପର୍ଯ୍ୟନ୍ତ ୮୭ଟି ମ୍ୟାଚ୍‌ ଜିତିଥିବା ବେଳେ ମାତ୍ର ୨ଟି ମ୍ୟାଚ୍‌ରେ ପରାସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri