Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ: ସିନ୍ଧୁ ଆଉଟ

ପ୍ୟାରିସ, ୨୭।୧୦ (ପି.ଟି.)- ଏଠାରେ ଚାଲିଥିବା ୭ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ଫ୍ରେଞ୍ଚ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରୁ ଆଉ ଜଣେ ଭାରତୀୟ ମହିଳା ତାରକା ବିଦାୟ ନେଇଛନ୍ତି। ସାଇନା ନେହ୍ବାଲଙ୍କ ପରେ ପି.ଭି. ସିନ୍ଧୁ ମଧ୍ୟ ବିଦାୟ ନେଇଛନ୍ତି। ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ସିନ୍ଧୁ ଶନିବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ଟପ୍‌ ସିଡ୍‌ ଚାଇନିଜ ତାଇପେ ଖେଳାଳି ତାଇ ଜୁ ୟିଙ୍ଗ୍‌ଠାରୁ ପରାସ୍ତ ହୋଇଛନ୍ତି। ମହିଳା ସିଙ୍ଗଲ୍ସରେ ପଞ୍ଚମ ସିଡ ଖେଳାଳି ସିନ୍ଧୁ ୧୬- ୨୧, ୨୬- ୨୪, ୧୭- ୨ରେ ବିଶ୍ୱର ୧ ନମ୍ବର ଖେଳାଳି ତାଇଙ୍କଠାରୁ ପରାସ୍ତ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା। ବିଜୟୀ ହେବାକୁ ତାଇଙ୍କୁ ଏକ ଘଣ୍ଟା ୧୫ ମିନିଟି ସମୟ ଆବଶ୍ୟକ ହୋଇଥିଲା। ଏପର୍ଯ୍ୟନ୍ତ ସିନ୍ଧୁ ଓ ତାଇ ପରସ୍ପରକୁ ୧୫ଟି ମ୍ୟାଚ୍‌ରେ ଭେଟିଛନ୍ତି। ଏଥିରେ ତାଇ ୧୦ଟିରେ ବିଜୟୀ ହୋଇଥିବା ବେଳେ ସିନ୍ଧୁ ୫ଟିରେ ବିଜୟୀ ହୋଇଛନ୍ତି।
ଗତ ଅଗଷ୍ଟରେ ସିନ୍ଧୁ ଶେଷଥର ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ତାଇଙ୍କୁ ହରାଇଥିଲେ ଓ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୨୪ ବର୍ଷୀୟା ସିନ୍ଧୁ ୨୦୧୬ ଅଲିମ୍ପିକ୍ସରେ ତାଇଙ୍କୁ ମଧ୍ୟ ପରାସ୍ତ କରିଥିଲେ। ବିଶ୍ୱ ଚାମ୍ପିୟନଶିପ୍‌ ସଫଳତା ଓ ଅଗଷ୍ଟରେ ସୁଇଜରଲାଣ୍ଡ ଓପନ୍‌ରେ ବିଜୟ ପରେ ସିନ୍ଧୁ ଏଥିସହିତ କ୍ରମାଗତ ଚତୁର୍ଥ ଥର ପାଇଁ କୌଣସି ଟୁର୍ନାମେଣ୍ଟରେ ଆଗୁଆ ବିଦାୟ ନେଇଛନ୍ତି। ଫର୍ମ ଫେରିପାଇବାକୁ ସିନ୍ଧୁ ଏବେ ସଂଘର୍ଷ କରୁଛନ୍ତି। ଗତମାସ କୋରିଆ ଓପନରେ ସିନ୍ଧୁ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇ ବିଦାୟ ନେଇଥିଲେ। ଏହାପରେ ସେ ଡେନ୍‌ମାର୍କ ଓପନରେ ମଧ୍ୟ ପରାସ୍ତ ହୋଇଥିଲେ। ଶୁକ୍ରବାର ସାଇନା ନେହ୍ବାଲ କ୍ୱାର୍ଟର ଫାଇନାଲରେ କୋରିଆର ଅନ ସେ ୟଙ୍ଗ୍‌ଠାରୁ ପରାସ୍ତ ହୋଇ ବିଦାୟ ନେଇଥିଲେ।
ପୁରୁଷ ଡବଲ୍ସ ଯୋଡି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଭାରତୀୟ ଆଶା ଉଜ୍ଜୀବିତ ରଖିଛନ୍ତି। ବିଶ୍ୱର ୧୧ ନମ୍ବର ଏହି ଯୋଡି ପରବର୍ତ୍ତୀ ରାଉଣ୍ଡରେ ପଞ୍ଚମ ସିଡ ଯୋଡି ଜାପାନର ହିରୋୟୁକି ଏଣ୍ଡୋ ଓ ୟୁଟା ଓ୍ବାଟାନ୍‌ବେଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?