Posted inଖେଳ

ଫ୍ଲେମିଂଙ୍କ ରେକର୍ଡ ଭାଙ୍ଗିଲେ ଟେଲର

ସିଡ୍‌ନୀ, ୬।୧- ନ୍ୟୁଜିଲାଣ୍ଡ ଦଳର ଭେଟେରାନ ବ୍ୟାଟ୍ସମ୍ୟାନ ରସ୍‌ ଟେଲର ସୋମବାର ଟେଷ୍ଟ କ୍ରିକେଟରେ ଦେଶର ସର୍ବାଧିକ ରନ୍‌ ସ୍କୋରର ହେବାର ସଫଳତା ପାଇଛନ୍ତି। ଏଥିସହ ସେ ପୂର୍ବତନ ଅଧିନାୟକ ଷ୍ଟିଫେନ ଫ୍ଲେମିଂଙ୍କୁ ପଛରେ ପକାଇ ଦେଇଛନ୍ତି। ସେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ର ନିର୍ଣ୍ଣାୟକ ଦିନରେ ଏହି ରେକର୍ଡ ହାସଲ କରିଛନ୍ତି। ୩୫ ବର୍ଷୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନ ୯୯ ଟେଷ୍ଟ, ୧୭୪ ଇନିଂସରେ ୪୬.୨୮ ହାରରେ ୭,୧୭୪ ରନ୍‌ କରିଛନ୍ତି। ଏଥିରେ ୧୯ ଶତକ ଓ ୩୩ ଅର୍ଦ୍ଧଶତକ ରହିଛି। ପୂର୍ବତନ ଅଧିନାୟକ ଫ୍ଲେମିଂ ୧୧୧ ଟେଷ୍ଟରେ ୭,୧୭୨ ରନ୍‌ କରିଥିଲେ। ସେ ୧୯୯୪ରୁ ୨୦୦୮ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ। ଚଳିତ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ଟେଲରଙ୍କ ପ୍ରଦର୍ଶନ ଆଖିଦୃଶିଆ ନ ଥିଲା। ସେ ୬ ଇନିଂସରେ ୮୦, ୨୨, ୪, ୨୨ ଓ ୨୨ ରନ୍‌ କରିଛନ୍ତି। ଏହାସତ୍ତ୍ୱେ ସେ ନ୍ୟୁଜିଲାଣ୍ଡ ଦଳ ପାଇଁ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଗତବର୍ଷ ଫେବୃୟାରୀରେ ଟେଲର ଦିନିକିଆରେ ମଧ୍ୟ ଫ୍ଲେମିଂଙ୍କୁ ପଛରେ ପକାଇଦେଇଥିଲେ। ଆଗାମୀ ଭାରତ ବିପକ୍ଷ ଟେଷ୍ଟ ସିରିଜରେ ସେ ନ୍ୟୁଜିଲାଣ୍ଡର ୪ର୍ଥ କ୍ରିକେଟର ଭାବେ ୧୦୦ ଟେଷ୍ଟ ମ୍ୟାଚ୍‌ ଖେଳିବେ। ଏଥିପୂର୍ବରୁ ଫ୍ଲେମିଂ, ଡାନିଏଲ ଭିଟୋରି ଓ ବ୍ରେଣ୍ଡନ ମ୍ୟାକ୍‌କୁଲମ ଏହି ମାଇଲଷ୍ଟୋନ ସ୍ପର୍ଶ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri