Posted inଖେଳ

ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟି ପୂର୍ବତନ କ୍ରିକେଟର ହଟହଟା

ମେରଟ,୧୫।୧୨- ଏକ ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟିବା କାରଣରୁ ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ପ୍ରବୀଣ କୁମାର ହଟହଟା ହୋଇଛନ୍ତି। ଏ ନେଇ ଟିପିନଗର ଥାନାରେ ଅଭିଯୋଗ ହୋଇଛି। ସ୍କୁଲ ବସରୁ ଛୁଆମାନେ ଓହ୍ଲାଉଥିବାବେଳେ କାର ପାଇଁ ରାସ୍ତା ନ ଥିବାରୁ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ବାଇକରେ ବସିଥିବା ଛୁଆଙ୍କୁ ଗାଡ଼ିରୁ ଫୋପାଡ଼ି ଦେଇଥିବା ମଧ୍ୟ ଅଭିଯୋଗ ହୋଇଛି। ମୁଲତାନନଗର ବାସିନ୍ଦା ଦୀପକ ଶର୍ମାଙ୍କର ଏକ ମୂର୍ତ୍ତି ତିଆରି ଫ୍ୟାକ୍ଟ୍ରି ଅଛି। ଦୀପକଙ୍କ ଅନୁଯାୟୀ, ତାଙ୍କ ପୁଅ ଯଶବର୍ଦ୍ଧନ (୬) ଏମ୍‌ପିଏମ୍‌ ବେଦବ୍ୟାସପୁରି ସ୍କୁଲରେ ପଢ଼ନ୍ତି। ଶନିବାର ଅପରାହ୍ନ ୨.୪୦ରେ ଯଶବର୍ଦ୍ଧନ ସ୍କୁଲ ବସରୁ ଓହ୍ଲାଉଥିବାବେଳେ ପୂର୍ବତନ କ୍ରିକେଟରଙ୍କ ଗାଡ଼ି ସେହି ରାସ୍ତା ଦେଇ ଯାଇପାରି ନ ଥିଲା। ଏଥିନେଇ ପ୍ରବୀଣ ଓ ଦୀପକଙ୍କ ମଧ୍ୟରେ ବଚସା ହୋଇଥିଲା। ଯାହାକୁ ନେଇ ପ୍ରବୀଣ ମାରପିଟ କରିଥିଲେ। ଏଥିଯୋଗୁ ଗାଡ଼ିରେ ବସିଥିବା ତାଙ୍କ ପୁଅ ତଳେ ପଡ଼ିଯାଇ ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ହସ୍ତକ୍ଷେପ ପରେ ମାମଲା ଶାନ୍ତ ପଡ଼ିଥିଲା। ପୀଡ଼ିତ ପରିବାର ଟିପିନଗର ଥାନାରେ ପହଞ୍ଚତ୍ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ଆହତ ଦୀପକଙ୍କୁ ମେଡିକାଲ ଯାଞ୍ଚ ପାଇଁ ପଠାଇଛି। ସେ ଅଭିଯୋଗ କରିଛନ୍ତି ଯେ, ପ୍ରବୀଣ ନିଶାରେ ଏଭଳି କାଣ୍ଡ ଭିୟାଇଛନ୍ତି। ଉଲ୍ଲେଖଥାଉ କି, ପ୍ରବୀଣ ଅନ୍ତର୍ଜାତୀୟ ସ୍ତରରେ ୬୮ ଦିନିକିଆ (୭୭ ଉଇକେଟ) ଓ ୬ ଟେଷ୍ଟ (୨୭ ଉଇକେଟ) ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri