ଫ୍ୟାଟମ୍ୟାନ୍‌ ଅଗଷ୍ଟ ୯ରେ ନାଗାସାକୀରେ ରଚିଥିଲା ମୃତ୍ୟୁର ତାଣ୍ଡବ

ନୂଆଦିଲ୍ଲୀ/ଟୋକିଓ, ୮।୮: ଜାପାନର ନାଗାସାକୀ ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ମାସ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ ସହର ଉପରେ ପରମାଣୁ ବୋମା ‘ଫ୍ୟାଟମ୍ୟାନ’ ପକାଯାଇଥିଲା। ନିମିଷକ ମଧ୍ୟରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ୩ ଦିନ ତଳେ ହିରୋସୀମାରେ ହୋଇଥିବା ତାଣ୍ଡବ ଭଳି ଏଠାରେ ମଧ୍ୟ ସୃଷ୍ଟି ହୋଇଥିଲା ମୃତ୍ୟୁର ଲୀଳା । ପରମାଣୁ ବୋମାଟି ଭୂପୃଷ୍ଠ ଠାରୁ ୧୬୫୦ ଫୁଟ ଉଚ୍ଚରୁ ସହର ଉପରେ ପଡିଥିଲା। ଏଥିରେ ୬୦ ରୁ ୮୦ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ନାଗାସାକୀ ଜାପାନର ଶିପ୍‌ ବିଲଡିଙ୍ଗ୍‌ ସେଣ୍ଟର ଭାବେ ବିଶ୍ୱରେ ବେଶ୍‌ ଜଣାଶୁଣା ଥିଲା। ଏହି ସହର ଉପରେ ବୋମା ପଡିବା ପରେ ଜାପାନ ଆମେରିକା ମିଳିତ ବାହିନୀ ଆଗରେ ନିସର୍ତ୍ତ ଶରଣ ସ୍ବୀକାର କରିଥିଲା। ଯଦି ଜାପାନ ପରାଜୟ ବରଣ କରି ନ ଥାନ୍ତା ତେବେ ଅଗଷ୍ଟ ୧୭ କିମ୍ବା ୧୮ ତାରିଖରେ ପୁଣି ଏକ ପରମାଣୁ ବୋମା ଜାପାନରେ ପକାଯିବାର ଯୋଜନା ଆମେରିକା ପକ୍ଷରୁ କରାଯାଇଥିଲା। ଏହି ଯୁଦ୍ଧରେ ୧୨ ଜାପାନ ସହର ଉପରେ ବୋମାବର୍ଷଣ କରିବାରେ ଯୋଜନା ଥିଲା। ତେବେ ଜାପାନ ଶରଣ ନେବା ପରେ ଆଉ ଏହାର ଅବାଶ୍ୟକତା ପଡି ନ ଥିଲା। ଅଗଷ୍ଟ ୧୫ ତାରିଖରେ ଜାପାନ ଯୁଦ୍ଧ ସନ୍ଧିରେ ସ୍ବାକ୍ଷର କରିଥିଲା। ବୋମା ଦ୍ୱାରା ସୃଷ୍ଟି ହୋଇଥିବା ଉଚ୍ଚ ତାପମାତ୍ରା ଯୋଗୁ ଅଧିକାଂଶ ଲୋକଙ୍କ ଆଖିଡ଼ୋଳା ପଦାକୁ ବାହାରି ଆସି ବିଭତ୍ସ ପରିବେଶ ସୃଷ୍ଟି କରିଥିଲା। ଚର୍ମ ଓହଳି ପଡ଼ିଥିଲା। ବିଂଶ ଶତାବ୍ଦୀର ଏହି ଲୋମହର୍ଷଣକାରୀ ଘଟଣା ପାଇଁ ଦାୟୀ ପରମାଣୁ ବୋମାକୁ ସେତେବେଳର ବୈଜ୍ଞାନିକମାନେ ଅତି ଚତୁରତାର ସହିତ ଲୁଚାଛପାଭାବେ ପ୍ରସ୍ତୁତ କରିଥିଲେ। ନାଗାସାକୀ ଉପରେ ପକାଯାଇଥିବା ବୋମାର ଶକ୍ତି ଥିଲା ୨୨ କିଲୋଟନ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri