ଫ୍ୟାଶନରେ ଆଗରେ ଥିଲେ ପ୍ରାଚୀନ ଭାରତୀୟ

ନୁଆଦିଲ୍ଲୀ: ସୋସିଆଲ ମିଡିଆ ଏବେ ବେଶ୍‌ ଲୋକପ୍ରିୟତା ହାସଲ କରିଛି। ଦୂରଦୂରାନ୍ତରେ ରହୁଥିବା ଲୋକଙ୍କ ସହ ଯୋଗାଯୋଗରେ ରହିବାର ଏହା ମୁଖ୍ୟ ମାଧ୍ୟମ ପାଲଟିଥିବା ବେଳେ ଦେଶବିଦେଶର ଟିକିନିଖି ଖବର ମଧ୍ୟ ଏହା ମାଧ୍ୟମରେ ସମସ୍ତଙ୍କ ନିକଟରେ ଖୁବ୍‌ ସହଜରେ ପହଞ୍ଚତ୍ପାରୁଛି। ଇନ୍‌ଷ୍ଟାଗ୍ରାମ୍‌, ଫେସ୍‌ବୁକ୍‌ ଓ ଟୁଇଟର ଭଳି ସୋସିଆଲ ସାଇଟ୍‌ ଏବେ ଅଧିକରୁ ଅଧିକ ବ୍ୟବହାର ହେଉଛି। ଏବେ ସୋସିଆଲ ସାଇଟ୍‌ ଟୁଇଟରରେ ଜଣେ ୟୁଜର ଶେୟାର କରିଥିବା ପୁରାତନ ମନ୍ଦିରର କିଛି ଫଟୋ ଖୁବ୍‌ ଭାଇରାଲ ହୋଇଛି। ଫଟୋ ଶେୟାର କରିଥିବା ୟୁଜର ଜଣକ ଫଟୋ ସମ୍ପର୍କିତ କିଛି ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ଉଲ୍ଲେଖ କରିଛନ୍ତି, ଯାହାକୁ ନେଇ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି। ସେଥିରେ ଟୁଇଟର ୟୁଜର ଭି ଗୋପାଲନ୍‌ ଲେଖିଛନ୍ତି, ଆଜିକାଲି ଯେଉଁ ନୂଆ ଫ୍ୟାଶନ ଟ୍ରେଣ୍ଡ ଚାଲିଛି, ପ୍ରାଚୀନ ଭାରତର ଲୋକେ ମଧ୍ୟ ସମାନ ଧରଣର ଫ୍ୟାଶନ ଆପଣାଉଥିଲେ। ଏବଂ ସେବେକାର ଲୋକେ ଫ୍ୟାଶନକୁ ନେଇ ବହୁତ ଆଗରେ ଥିଲେ। ସେ ତାମିଲନାଡୁସ୍ଥିତ ୯୦୦ବର୍ଷ ପୁରୁଣା ମନ୍ଦିରର ଚତୁଃପାର୍ଶ୍ୱରେ ଥିବା କେତେକ ମୂର୍ତ୍ତିର ଫଟୋ ଶେୟାର କରି ଲେଖିଛନ୍ତି ଯେ, ପ୍ରାଚୀନ କାଳରେ ଲୋକମାନେ ବ୍ୟବହାର କରୁଥିବା ଚପଲ ଭଳି ଅବିକଳ ଚପଲ ଏବେକାର ଏକ କମ୍ପାନୀ ପ୍ରସ୍ତୁତ କରୁଛି। ଏଥିସହ ସେ ୮୦୭ ବର୍ଷ ପୁରାତନ ଏକ ମୂର୍ତ୍ତିର ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ମୂର୍ତ୍ତିରେ ଥିବା ମହିଳା ଜଣକ ହିଲ୍‌ ଚପଲ ପିନ୍ଧିଥିବା ଦେଖାଯାଉଛି। ଏହାକୁ ନେଇ ଟୁଇଟରରେ ବେଶ୍‌ ଚର୍ଚ୍ଚା ହେଉଛି। ଏବେକାର ଲୋକଙ୍କ ତୁଳନାରେ ପ୍ରାଚୀନ ଭାରତୀୟଙ୍କ ଫ୍ୟାଶନ ସେନ୍ସ ବହୁ ଊର୍ଦ୍ଧ୍ୱରେ ଥିବା କେତେଜଣ କହୁଥିବା ବେଳେ ଆଉ କେତେଜଣ ସେତେବେଳର ଲୋକେ ଫ୍ୟାଶନକୁ ନେଇ କେତେ ଆଗରେ ଥିଲେ ବୋଲି କମେଣ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri