ବଂଶଧାରା ଜଳ ବିବାଦର ଯୁଗ୍ମ ସର୍ଭେକୁ ଓଡ଼ିଶାର ନା: ୩ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ କେନ୍ଦ୍ର, ଆନ୍ଧ୍ରକୁ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ଦ୍ୱାରା ବଂଶଧାରା ନଦୀ ଉପରେ ନିର୍ମାଣ ହେଉଥିବା ନେରାଡି ବ୍ୟାରେଜର ମିଳିତ ସର୍ଭେ ନ କରିବାକୁ ଓଡ଼ିଶା ସରକାର କରିଥିବା ଆବେଦନର ଶୁଣାଣି କରିଛନ୍ତି ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲ୍‌। ମଙ୍ଗଳବାର ଜଷ୍ଟିସ ଏମ.କେ ଶର୍ମା, ଜଷ୍ଟିସ ବି.ଏନ ଚତୁର୍ବେଦୀ ଏବଂ ଜଷ୍ଟିସ ପ୍ରତିଭା ରାଣୀଙ୍କୁ ନେଇ ଗଠିତ ୩ ଜଣିଆ ଖଣ୍ଡପୀଠ ଓଡ଼ିଶା ସରକାରଙ୍କ ଆବେଦନର ଶୁଣାଣି ଆସନ୍ତା ୩ସପ୍ତାହ ମଧ୍ୟରେ ଜବାବ ରଖିବାକୁ ଉଭୟ ଆନ୍ଧ୍ରପ୍ରଦେଶ ସରକାର ଓ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆନ୍ଧ୍ର ଓ କେନ୍ଦ୍ର ସରକାରଙ୍କ ଜବାବ ଦାଖଲ କରିବାର ୨ସପ୍ତାହ ମଧ୍ୟରେ ଓଡ଼ିଶା ମଧ୍ୟ ଏହା ଉପରେ ପ୍ରତିଉତ୍ତର ରଖିବାକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେବା ସହ ପରବର୍ତ୍ତୀ ଶୁଣାଣିକୁ ଅଗଷ୍ଟ ୨୭କୁ ଧାର୍ଯ୍ୟ କରିଛନ୍ତି। ନେରାଡି ବ୍ୟାରେଜ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ପରେ ୧୦୬ଏକର ଜମିରେ ପାଣି ମାଡ଼ିଯିବା ସମ୍ପର୍କରେ ଏକ ମିଳିତ ସର୍ଭେ କରି ଜୁଲାଇ ୮ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ଉଭୟ ଓଡ଼ିଶା ଏବଂ ଆନ୍ଧ୍ର ସରକାରଙ୍କୁ ପୂର୍ବରୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଓଡ଼ିଶା ସରକାର ଏହାକୁ ବିରୋଧ କରିବା ସହିତ ଡ୍ୟାମ୍‌ ଦ୍ୱାରା ୩ କିଲୋମିଟର ଯାଏ ପାଣି ମାଡ଼ିବା ଓ ୧୦୬ ଏକର ଜମି ପାଣିରେ ବୁଡିବା ନେଇ ଆନ୍ଧ୍ର ସରକାର ସମ୍ପୂର୍ଣ୍ଣ ରିପୋର୍ଟ ଦିଅନ୍ତୁ ଦାବି କରିଥିଲେ। ଏପରି କି ଟ୍ରବ୍ୟୁନାଲ୍‌ଙ୍କ ନିର୍ଦ୍ଦେଶକୁ ପରିବର୍ତ୍ତନ କରିବାକୁ ମଧ୍ୟ ଓଡ଼ିଶା ସରକାର ଊଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri