‘ବଂଶୀ’କୁ ଟାର୍ଗେଟ କଲା ‘ଅସ୍ତ୍ର’

ବାଲେଶ୍ୱର ଅଫିସ,୧୮।୯: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ଗବେଷଣା ଓ ଉନ୍ନୟନ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ବୁଧବାର ପୂର୍ବାହ୍ନ ୧୦ଟା ୧ ମିନିଟ୍‌ ସମୟରେ ଆକାଶରୁ ଆକାଶକୁ ନିକ୍ଷେପ କରାଯାଇ ପାରୁଥିବା ସ୍ବଳ୍ପ ଦ୍ରୁତଗାମୀ କ୍ଷେପଣାସ୍ତ୍ର ‘ଅସ୍ତ୍ର’ର ବ୍ୟବହାରିକ ପରୀକ୍ଷଣ କରାଯାଇଥିଲା। କୁଲେଇକୁଣ୍ଡା ଏୟାର ବେସ୍‌ରୁ ସୁଖୋଇ ୩୦ଏମ୍‌କେଆଇ ଫ୍ଲାଇଟ୍‌ ଜେଟ୍‌ରୁ ଏହାକୁ ନିକ୍ଷେପ କରାଯିବାର କିଛି ସମୟ ପରେ ଚାନ୍ଦିପୁର ସମନ୍ବିତ ପରୀକ୍ଷଣ ପରିସର (ଆଇଟିଆର୍‌)ର ୩ ନଂ. ଲଞ୍ଚପ୍ୟାଡ୍‌ରୁ କ୍ଷେପଣାସ୍ତ୍ର ‘ବଂଶୀ’ର ପରୀକ୍ଷଣ କରାଯାଇଥିଲା। ଆକାଶମାର୍ଗରେ ‘ଅସ୍ତ୍ର’ କ୍ଷେପଣାସ୍ତ୍ର ‘ବଂଶୀ’କୁ ଟାର୍ଗେଟ୍‌ କରିବାରେ ସଫଳ ହୋଇଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି।
ଗତ ୧୬ ତାରିଖରେ କୁଲେଇକୁଣ୍ଡା ଏୟାର ବେସ୍‌ରୁ ସୁଖୋଇ ୩୦ଏମ୍‌କେଆଇ ଫ୍ଲାଇଟ୍‌ ଜେଟ୍‌ରୁ କେବଳ ‘ଅସ୍ତ୍ର’ ନିକ୍ଷେପ କରାଯାଇଥିଲା, ଯାହା ସଫଳ ହୋଇଥିଲା। ଏହି କ୍ଷେପଣାସ୍ତ୍ରର ଲମ୍ବ ୩.୮ ମିଟର ଓ ମୋଟେଇ ୧୭୮ ସେ.ମି.। ଏହା ୧୫୪କେଜି ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି। ଏହା ତରଳ ଇନ୍ଧନରେ ଚାଳିତ ହୁଏ ଏବଂ ଶବ୍ଦର ଗତି ଠାରୁ ୪.୫ ମାର୍ଚ୍ଚ ସ୍ପିଡ୍‌ରେ ଗତି କରିପାରେ। ଏହାକୁ ଉଭୟ ସ୍ବଳ୍ପ ଏବଂ ଦ୍ରୁତଗାମୀ କ୍ଷେପଣାସ୍ତ୍ର ଭାବେ ବ୍ୟବହାର କରାଯାଇ ପାରିବ। ୨୦କି.ମି.ରୁ ୧୧୦କି.ମି. ପର୍ଯ୍ୟନ୍ତ ଏହାର ଲକ୍ଷ୍ୟଭେଦ କରିବା ସାମର୍ଥ୍ୟ ରହିଛି। ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ ଏହି କ୍ଷେପଣାସ୍ତ୍ର ନିର୍ମାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri