ବଅଁରପାଳ ବ୍ଲକରେ ୯୦ କୁଷ୍ଠ ରୋଗୀ ଚିହ୍ନଟ

ବଅଁରପାଳ, ୨୨।୬ (ଡି.ଏନ୍‌.ଏ.) – ବଅଁରପାଳ ବ୍ଲକ ଅଞ୍ଚଳରେ ଚଳିତବର୍ଷ ୯୦ ଜଣ କୁଷ୍ଠ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ୨୦୧୮ ଏପ୍ରିଲ ଠାରୁ ୨୦୧୯ ମାର୍ଚ୍ଚ ମଧ୍ୟରେ ଏହି ଚିହ୍ନଟ ହୋଇଥିଲା। ୨୦୧୭-୧୮ରେ ୪୪ ଜଣ କୁଷ୍ଠ ରୋଗୀ ଚିହ୍ନଟ ହୋଇଥିବାବେଳେ ଚଳିତ ବର୍ଷ ରୋଗୀ ସଂଖ୍ୟା ବୃଦ୍ଧି ପାଇଛି। ୨୦୧୮ ଏପ୍ରିଲରେ ୪ ଜଣଙ୍କୁ ଚିହ୍ନଟ କରାଯାଇଥିଲା। ମେ’ରେ ୩ ଜଣ, ଜୁନ୍‌ରେ ୫, ଜୁଲାଇରେ ୨, ଅଗଷ୍ଟରେ ୨ ଜଣ, ସେପ୍ଟେମ୍ବରରେ ୧, ଅକ୍ଟୋବରରେ ୩୦, ନଭେମ୍ବରରେ ୬, ୨୦୧୯ ଜାନୁୟାରୀରେ ୩, ଫେବୃୟାରୀରେ ୨୭ ଜଣ, ମାର୍ଚ୍ଚ ୭ ଜଣଙ୍କୁ ଚିହ୍ନଟ କରାଯାଇଛି। ତେବେ ନାଲକୋ ଅଞ୍ଚଳରେ ସର୍ବାଧିକ ୨୫ ଜଣ ରୋଗୀଙ୍କୁ ଚିହ୍ନଟ କରାଯାଇଥିବାବେଳେ ଜରାସିଂହା, ଶାକସିଂହା, ବଳରାମପ୍ରସାଦ, ବନ୍ଦା, ନୂଆହତା, ତଳମୂଳ ସମେତ ଆଉ କେତେକ ଅଞ୍ଚଳରେ କୁଷ୍ଠ ରୋଗୀ ଥିବା ଜଣାପଡ଼ିଛି। ରୋଗୀ ଏକ ବର୍ଷ ମଧ୍ୟରେ ଔଷଧ ଖାଇଲେ ରୋଗ ସମ୍ପୂର୍ଣ୍ଣ ଆରୋଗ୍ୟ ହୋଇପାରିବ ବୋଲି ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି ସ୍ବଳ୍ପ ଜୀବାଣୁଗ୍ରସ୍ତ ରୋଗୀ ୬ ମାସ ଔଷଧ ଖାଇଲେ ଏହି ରୋଗ ଭଲ ହେବ। ତେବେ ୪୦ ଜଣ ପୁରୁଣା ରୋଗୀ ଏବେ ଚିକିତ୍ସାଧୀନ ଅଛନ୍ତି। ମାତ୍ର ଅଞ୍ଚଳରେ ଆହୁରି ଅନେକ ରୋଗୀ ରହିଥିବା ସନ୍ଦେହ କରାଯାଉଛି। ଏହି ରୋଗର ନିରାକାରଣ ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। କାନ୍ଥ ବାଡ଼ରେ ସଚେତନତା ବାର୍ତ୍ତାମାନ ଲେଖାଯାଉଛି। ହେଲେ ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କାନ୍ଥରେ ଲେଖାଯାଇଥିବା ସଚେତନତା ବାର୍ତ୍ତା ଦୀର୍ଘ ଦିନ ହେଲା ଲିଭି ଯାଇଥିବାବେଳେ ଏହାକୁ ପୁନର୍ବାର ଲେଖା ଯାଉନାହିଁ। ଏ ସମ୍ପର୍କରେ ବ୍ଲକ ନୋଡାଲ ଲେପର୍ସି ଅଧିକାରୀ ସୁମନ୍ତ କୁମାର ରାଉତ କୁହନ୍ତି, ବହୁ ରୋଗୀ ଔଷଧ ଖାଇ ଭଲ ହେଲେଣି। ପୂର୍ବ ଅପେକ୍ଷା ରୋଗୀମାନଙ୍କ ସଂଖ୍ୟା କମୁଛି। ତେବେ ଡାକ୍ତରଖାନା କାନ୍ଥରେ ଲେଖାଯାଇଥିବା ସଚେତନତା ବାର୍ତ୍ତା ନିର୍ବାଚନ ସମୟରେ ଲିଭି ଯାଇଛି। ପୁଣି ଏଗୁଡ଼ିକ ଲେଖାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri