ବଇଣ୍ଡାକୁ ଆସିଲା ନୂତନ ୧୦୮ ଆମ୍ବୁଲାନ୍ସ

ବଇଣ୍ଡା,୧୪।୩(ଡି.ଏନ.ଏ.)

କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳକୁ ଏକ ନୂତନ ୧୦୮ ଆମ୍ବୁଲାନ୍ସ ଗୁରୁବାର ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଛି। ଦୀର୍ଘବର୍ଷ ହେବ ଏଠାରେ ଥିବା ୧୦୮ ଆମ୍ବୁଲାନ୍ସ ଭାଙ୍ଗି ଯାଇଥିବା ବେଳେ ଡୋର୍‌ରେ ଦଉଡି ଭିଡି ସେବା ଯୋଗାଇ ଦିଆଯାଉଥିଲା। ଏ ସମ୍ପର୍କରେ ଗତ ୩ ତାରିଖରେ ଏକ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ବିଭାଗ ପକ୍ଷରୁ ନୂତନ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି। ଏଥିପାଇଁ ବଇଣ୍ଡା ଅଞ୍ଚଳବାସୀ ‘ଧରିତ୍ରୀ’କୁ କୃତଜ୍ଞତା ଜଣାଇଛନ୍ତି।
ପ୍ରକାଶ ଯେ, ଅନୁଗୋଳ ଜିଲାର କିଶୋରନଗର ଓ ଆଠମଲ୍ଲିକ ବ୍ଲକର ୧୩ଟି ପଞ୍ଚାୟତବାସୀଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ବହୁ ପୂର୍ବରୁ ଏକ ୧୦୮ ଆମ୍ବୁଲାନ୍ସ ପ୍ରଦାନ କରିଥିଲେ। ହେଲେ ଦୀର୍ଘଦିନ ହେଲା ଆମ୍ବୁଲାନ୍ସର ଦୁଇଟି ଡୋର୍‌, କାଚ ଭାଙ୍ଗି ଯାଇଥିଲେ ମଧ୍ୟ ତାହାକୁ ମରାମତି କରାଯାଉ ନ ଥିଲା। ଉକ୍ତ ଦଦରା ଆମ୍ବୁଲାନ୍ସ ଡୋର୍‌ରେ ଦଉଡି ଭିଡ଼ାଯାଇ ରୋଗୀ ପରିବହନ କରାଯାଉଥିଲା। ଏ ନେଇ ଗ୍ରାମବାସୀ ବହୁବାର ପ୍ରଶାସନକୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନ ଥିଲା। ତେବେ ‘ଧରିତ୍ରୀ’ରେ ଖବରପ୍ରକାଶ ପରେ ପ୍ରଶାସନ ପକ୍ଷରୁ ଏକ ନୂତନ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଥିବାରୁ ନୁନୁକାପଶି ସରପଞ୍ଚ ଜଳଧର ସାହୁ, ଅରବିନ୍ଦ ସାହୁ, ବିଜୟ କୁମାର ସାହୁ, ରମେଶ କୁମାର ଟିବ୍ରୁଓ୍ବାଲା, ରମେଶ କୁମାର ବେହେରା, ରମାକାନ୍ତ ବେହେରା, ରାଜେନ୍ଦ୍ର ରାଉତ, ଗିରିଶଚନ୍ଦ୍ର ବେହେରା ପ୍ରମୁଖ ଜିଲା ପ୍ରଶାସନ ଓ ‘ଧରିତ୍ରୀ’କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri