ବଇଣ୍ଡାରେ ଚନ୍ଦନ ଯାତ୍ରା : ୪୦ ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ

ବଇଣ୍ଡା,୨୫।୫(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ପ୍ରସିଦ୍ଧ ୪୨ ତମ ବଇଣ୍ଡା ଚନ୍ଦନ ଯାତ୍ରା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିନୀତି ନିୟମ ଅନୁସାରେ ଯାତ୍ରା ପାଳନ କରାଯାଉଥିବାବେଳେ ସମଗ୍ର ଅଞ୍ଚଳ ଉତ୍ସବ ମୁଖର ହୋଇଉଠିଛି। ସକାଳେ ରାଧାକୃଷ୍ଣଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରାଯିବାସହ ବହୁ ଗ୍ରାମବାସୀ ଯୋଗଦେଇ ପ୍ରଭୁଙ୍କ ଦର୍ଶନ କରିଥିଲେ। ସାରେ ରାଧାକୃଷ୍ଣ ମନ୍ଦିରରୁ ପ୍ରଭୁଙ୍କୁ ଏକ ପଟୁଆରରେ ଯାତ୍ରା ପଡ଼ିଆକୁ ନିଆଯାଇ ପୂଜାର୍ଚ୍ଚନା କରାଯିବା ପରେ ଚନ୍ଦନନଗରକୁ ନିଆଯାଇଥିଲା। ପରେ ରାତି ୧୦ଟାରେ ଏକ ବିରାଟ ଶୋଭାଯାତ୍ରାରେ ପ୍ରଭୁଙ୍କୁ ବଇଣ୍ଡା ନଗର ପରିକ୍ରମା କରାଯାଇ ଚନ୍ଦନ ପୋଖରୀକୁ ଅଣାଯାଇ ଏକ ଡଙ୍ଗାରେ ନୌକାବିହାର କରାଯାଇଥିଲା। ଶୋଭାଯାତ୍ରାରେ ଘୋଡ଼ାନାଚ, ଘଣ୍ଟବାଦ୍ୟ ଓ ବିଭିନ୍ନ ବାଜା ପ୍ରଦର୍ଶିତ ହୋଇଥିଲା। କେତେକ ଅସମାଜିକ ଯୁବକଙ୍କ ପାଇଁ ଶୋଭାଯାତ୍ରା ବିଳମ୍ବ ହେବାରୁ ଅସନ୍ତୋଷ ଦେଖାଦେଇଥିଲା। ସେହିପରି ଯାତ୍ରାରେ ବ୍ୟାପକ ଚୋରା ମଦ କାରବାର ଯୋଗୁ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ଏଥିସହିତ ଲୋ-ଭୋଲଟେଜ ସମସ୍ୟା ଯୋଗୁ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଲୋକମାନଙ୍କୁ ଥଣ୍ଡା ପାନୀୟ ଜଳ ଯୋଗାଇ ଦିଆଯାଇଥିଲା। ଟ୍ରାଫିକ ସମସ୍ୟା ଦେଖିଦେଇଥିବାବେଳେ ଆମ୍ବୁଲାନ୍ସ ଗାଡ଼ିକୁ ମଧ୍ୟ ଜାତୀୟ ରାଜପଥରେ ଛଡ଼ାଯାଇ ନ ଥିଲା। ଫଳରେ ବାଇପାସ ଯୋଗେ ଆମ୍ବୁଲାନ୍ସ ଯାଇ ଅସୁବିଧାର ସମ୍ମୁଖୀନ ହୋଇଥିଲା। ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଅତିରିକ୍ତ ଏସ୍‌ପି, ଆଠମଲ୍ଲିକ, ଠାକୁରଗଡ଼, ହଣ୍ଡପା, କିଶୋରନଗର ପୋଲିସଙ୍କ ସମେତ ୩ ପ୍ଲାଟୁନ ଫୋର୍ସ ଶାନ୍ତିଶୃଙ୍ଖଳା ପାଇଁ ମୁତୟନ ହୋଇଥିଲେ। ଗ୍ରାମ ସଭାପତି ଚିନ୍ତାମଣୀ ପ୍ରଧାନ, ସମ୍ପାଦକ ଜିତେନ୍ଦ୍ର ବେହେରା, ରମାକାନ୍ତ ବେହେରା, ପ୍ରତାପ ପ୍ରଧାନ, ସଞ୍ଜୟ ସାହୁ, ମାନସ ସାହୁ, ଅଜୟ ସାହୁ, ଚିହୁରୁ ସାହୁଙ୍କ ସମେତ ଗ୍ରାମବାସୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri