ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର : ମଧ୍ୟାହ୍ନ ପରେ ମିଳୁନି ସେବା

ବଇଣ୍ଡା, ୧।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ସେବା ପାଇପାରୁନାହାନ୍ତି ଅଞ୍ଚଳବାସୀ। ଡାକ୍ତର ସକାଳୁ ୨ରୁ ୩ ଘଣ୍ଟା ରହି ପଳାଉଛନ୍ତି। ମଧ୍ୟାହ୍ନ ୧୨ଟା ପରେ ଆଉ ଡାକ୍ତରଙ୍କ ଦେଖାମିଳୁନି। ଫଳରେ ଏହା ଉପରେ ନିର୍ଭର କରୁଥିବା ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକେ ହନ୍ତସନ୍ତ ହେଉଛନ୍ତି। ଏ ନେଇ ବଇଣ୍ଡା ଗ୍ରାମବାସୀ ବୁଧବାର ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ବଇଣ୍ଡା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନୁନୁକାପଶି, ଲୁହାମୁଣ୍ଡା, ଗାଁ ବଇଣ୍ଡା, ପେଡିପଥର, ଜାମ୍ବୁନାଳୀ, କଣ୍ଟେଇକୁଳିଆ ଆଦି ପଞ୍ଚାୟତର ଲୋକେ ନିର୍ଭର କରୁଛନ୍ତି। ଏଠାରେ ଦୀର୍ଘଦିନ ଧରି ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ପାଇଁ ବହୁ ଅଭିଯୋଗ ଓ ଦାବି ପରେ କିଛି ମାସ ହେବ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତ ହୋଇଛନ୍ତି। ଏହା ପରେ ବି ପଞ୍ଚାୟତବାସୀଙ୍କ ସମସ୍ୟା ସମାଧାନ ହୋଇପାରିନି। ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଆୟୁଷ ଓ ଏମ୍‌ବିବିଏସ୍‌ ଡାକ୍ତର ଥିଲେ ମଧ୍ୟାହ୍ନ ପରେ ସେମାନଙ୍କ ଦେଖାମିଳୁନି। ସକାଳୁ ମାତ୍ର ୨/୩ ଘଣ୍ଟା ଚିକିତ୍ସା କରିବା ପରେ ଡାକ୍ତର ପଳାଇଯାଉଥିବା ଅଭିଯୋଗ ହୋଇଛି। ଫଳରେ ସ୍ବାସ୍ଥ୍ୟସେବା ପାଇବାରୁ ଅଞ୍ଚଳବାସୀ ବଞ୍ଚିତ ହେଉଛନ୍ତି। ଏହି ଅଞ୍ଚଳ ମ୍ୟାଲେରିଆ ପ୍ରବଣ ହୋଇଥିବାବେଳେ ପ୍ରତିଦିନ ରୋଗୀଙ୍କ ଭିଡ଼ ଜମୁଛି। ସେହିପରି ୫୫ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏହି ସ୍ବାସ୍ଥ୍ୟକେନ୍ଦ୍ର ପଡ଼ୁଥିବାବେଳେ ଅନେକ ଦୁର୍ଘଟଣାର ଶିକାର ହୋଇ ଚିକିତ୍ସା ପାଇଁ ଆସୁଛନ୍ତି। ହେଲେ ଡାକ୍ତର ନ ଥିବାରୁ ସେମାନଙ୍କ ଚିକିତ୍ସା ହୋଇପାରୁନାହିଁ। ଦିନ ୧୨ଟା ପରେ ରୋଗୀ ଆସିଲେ ଜଣେ ଫାର୍ମାସିଷ୍ଟଙ୍କ ନିକଟରେ ଚିକିତ୍ସିତ ହୋଇ ଯାଉଛନ୍ତି। ସେହିପରି ରୋଗୀମାନଙ୍କୁ ଆବଶ୍ୟକ ଔଷଧ ମିଳୁ ନ ଥିବା ଅଭିଯୋଗ ହୋଇଛି। ତୁରନ୍ତ ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେଇ ଜଣେ ସ୍ଥାୟୀ ଡାକ୍ତର ନିଯୁକ୍ତି କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ବଇଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଜୟନ୍ତ ବେହେରାଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରିନାହିଁ। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରତାପ ବେହେରା କହିଛନ୍ତି, ଅନେକ ଡାକ୍ତରଖାନାରେ ଡାକ୍ତରମାନେ ରହୁ ନ ଥିବା ନେଇ ପୂର୍ବରୁ ଅଭିଯୋଗ ହୋଇଛି। ଜିଲାର ସମସ୍ତ ଏସଡିଏମଓଙ୍କୁ ଏ ବାବାସରେ ଚିଠି କରାଯାଇଛି। ଘଟଣା ତଦନ୍ତ କରାଯିବା ପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri