Posted inରାଜ୍ୟ

ବଉଳା କୁମ୍ଭୀର ବସା ଉଦ୍ଧାର: ଭିତରକନିକା ନିଆଗଲା ଅଣ୍ଡା, ନାଳରେ ଛାଡ଼ି ଦିଆଗଲା କୁମ୍ଭୀର

ମହାକାଳପଡ଼ା,୧୯।୫(ଡି.ଏନ୍‌.ଏ.): ମହାକାଳପଡ଼ା ବନାଞ୍ଚଳ ଅଧୀନ ଗାବରୀ ନଦୀ ପାର୍ଶ୍ୱ ଅରଡ଼ ଗ୍ରାମର ଏକ ବୁଦା ମୂଳେ ଏକ ବଉଳା କୁମ୍ଭୀର ବସା ବାନ୍ଧି କିଛି ଅଣ୍ଡା ଦାନ କରି ଜଗି ରହିଥିବା ଦେଖିବାକୁ ମିଳିଛି। ଗ୍ରାମବାସୀ କୁମ୍ଭୀର ବସା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଏସିଏଫ୍‌ ବିଜୟ କୁମାର ପରିଡ଼ାଙ୍କ ନିର୍ଦ୍ଦେଶକ୍ରମେ ବନ କର୍ମଚାରୀ ଘଟଣାସ୍ଥଳରେ ପହଁଞ୍ଚି କୁମ୍ଭୀର ଓ ଅଣ୍ଡାଗୁଡ଼ିକୁ ଉଦ୍ଧାର କରିଛନ୍ତି। ସୁରକ୍ଷିତ ଭାବେ ଅଣ୍ଡାକୁ ଭିତରକନିକା ଅଭୟାରଣ୍ୟକୁ ନିଆଯିବ। ସେହିଭଳି କୁମ୍ଭୀରକୁ ସ୍ଥାନୀୟ ଭିତର ଖରିନାସୀ ସଂରକ୍ଷିତ ଜଙ୍ଗଲ ନାଳରେ ଛାଡି ଦିଆଯାଇଥିବା ପରିଡ଼ା ସୂଚନା ଦେଇଛନ୍ତି।

ପ୍ରକାଶଯୋଗ୍ୟ, ସାଧାରଣତଃ ବର୍ଷର ମେ’ ଓ ଜୁନ ମାସରେ କୁମ୍ଭୀରଙ୍କ ପ୍ରଜନନ ଓ ମିଳନ ହୋଇଥାଏ। ଏଣୁ ସେମାନେ ହିଂସ୍ର ହୋଇ ମଣିଷକୁ ଆକ୍ରମଣ କରିବାର ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri