Posted inରାଜ୍ୟ

ବଉଳା କୁମ୍ଭୀର ବସା ଉଦ୍ଧାର: ଭିତରକନିକା ନିଆଗଲା ଅଣ୍ଡା, ନାଳରେ ଛାଡ଼ି ଦିଆଗଲା କୁମ୍ଭୀର

ମହାକାଳପଡ଼ା,୧୯।୫(ଡି.ଏନ୍‌.ଏ.): ମହାକାଳପଡ଼ା ବନାଞ୍ଚଳ ଅଧୀନ ଗାବରୀ ନଦୀ ପାର୍ଶ୍ୱ ଅରଡ଼ ଗ୍ରାମର ଏକ ବୁଦା ମୂଳେ ଏକ ବଉଳା କୁମ୍ଭୀର ବସା ବାନ୍ଧି କିଛି ଅଣ୍ଡା ଦାନ କରି ଜଗି ରହିଥିବା ଦେଖିବାକୁ ମିଳିଛି। ଗ୍ରାମବାସୀ କୁମ୍ଭୀର ବସା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଏସିଏଫ୍‌ ବିଜୟ କୁମାର ପରିଡ଼ାଙ୍କ ନିର୍ଦ୍ଦେଶକ୍ରମେ ବନ କର୍ମଚାରୀ ଘଟଣାସ୍ଥଳରେ ପହଁଞ୍ଚି କୁମ୍ଭୀର ଓ ଅଣ୍ଡାଗୁଡ଼ିକୁ ଉଦ୍ଧାର କରିଛନ୍ତି। ସୁରକ୍ଷିତ ଭାବେ ଅଣ୍ଡାକୁ ଭିତରକନିକା ଅଭୟାରଣ୍ୟକୁ ନିଆଯିବ। ସେହିଭଳି କୁମ୍ଭୀରକୁ ସ୍ଥାନୀୟ ଭିତର ଖରିନାସୀ ସଂରକ୍ଷିତ ଜଙ୍ଗଲ ନାଳରେ ଛାଡି ଦିଆଯାଇଥିବା ପରିଡ଼ା ସୂଚନା ଦେଇଛନ୍ତି।

ପ୍ରକାଶଯୋଗ୍ୟ, ସାଧାରଣତଃ ବର୍ଷର ମେ’ ଓ ଜୁନ ମାସରେ କୁମ୍ଭୀରଙ୍କ ପ୍ରଜନନ ଓ ମିଳନ ହୋଇଥାଏ। ଏଣୁ ସେମାନେ ହିଂସ୍ର ହୋଇ ମଣିଷକୁ ଆକ୍ରମଣ କରିବାର ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ…

ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…

ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ…

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

୧୫୦ବର୍ଷ ପୂର୍ବଠାରୁ ବଳିଯିବ ୨୦୨୬ର ମହାପ୍ରଳୟ! ଚମକାଇଲା ପାଣିପାଗ ରିପୋର୍ଟ

ଭୁବନେଶ୍ୱର,୨୧।୫: ଗୋଟିଏ କଥା ନିଶ୍ଚିତ; ଏବର୍ଷ ଅଧିକ ଗରମ ହେବ କାରଣ ‘ଏଲ ନିନୋ’ ନିଜର ଉପସ୍ଥିତି ଜାହିର କରିବ। ଆପଣ ଏହା ପୂର୍ୱରୁ ଶୁଣିଥିବେ, କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri