ବଏସ୍‌ ୮୬, ଭତାରୁ ବଁଚିତ୍‌ ବୁଧ

ଅତାବିରା, ୧୦।୬ (ଡି.ଏନ.ଏ):  ରାଏଜ୍‌ ସରକାର ବୁଢ଼ାବୁଢ଼ି, ବିଧବା, ଦିବ୍ୟାଙ୍ଗ, ନିସାହା ଛାର୍‌ରି ମହିଲାମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍‌। ସେନ୍‌ତା ୮୦ ବଛର୍‌ରୁ ଅଧ୍‌କା ହେଇଥିବାର ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଯୁଗେଇ ଦେଉଛନ୍‌। ହେଲେ କେତେ ଅଧ୍‌କାରୀ, କରମଚାରୀକର ଖାମଖିଆଲି ମନଭାବ ଲାଗି ଏନ୍‌ତା ନିସାହା, ଅସାହା ଗରିବ୍‌ ଦୁଖିମାନେ ସରକାରକଁର ଇ ମହତ୍‌ ଯୋଜନାର ଲାଭ୍‌ ପାଏବାରୁ ବଁଚିତ୍‌ ହେଉଛନ୍‌। ଅନେକ ହକ୍‌ଦାର ହିତାଧିକାରୀ ଭତା ଯୋଜନାରେ ଆବେଦନ କରି ନିରାଶ ହେଇ ଦିନ୍‌ ବିତଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଗାଁରେ। ଗାଁର ବୁଧୁ ଝାଙ୍କର(୮୬)। ବଏସର ଶେଷ୍‌ମୁଡ଼ସାକେ ପୁହୁଁଚି ସାରିଥିଲେ ବି ଆଏଜ୍‌ତକ ବୁଢ଼ାବୁଢ଼ି ଭତା ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ସେ ଭତାର ଲାଗି ଅନେକଥର ଆବେଦନ କରି ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ ଭେଡ଼େନ ବିଡିଓ ମୁରଲୀଧର ନାୟକକୁଁ ପଚରାଲାରୁ ଆବଦନ ପତର ସଂଗେ ଦରକାରୀ କାଗଜ୍‌ପତର ଯୁଗେଇ ଦେଲେ ଭତା ଯୁଗେଇ ଦେବାର ବେବସ୍‌ତା କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…

ଫିସେରୀ ବନ୍ଧରୁ ମିଳିଲା ଯୁବକଙ୍କ ମୃତଦେହ: ଖେଳିଗଲା ଶୋକର ଲହରୀ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): କ୍ଷେତରାଜପୁର ଥାନା ଅନ୍ତର୍ଗତ ଫାର୍ମଗୁଡିକ ସମଲେଇ ପ୍ରକଳ୍ପ-୨ର ଫିସେରୀ ବନ୍ଧ(ପୋଖରୀ)ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସ୍ଥାନୀୟ ଅଞ୍ଚଳର…

ପୁଣି ଖୋଲିଲା ହୀରାକୁଦ ଗେଟ୍: ୬୧୧ ଫୁଟ୍ ଟପିଲା…. 

ସମ୍ବଲପୁର, ୨୦।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri