ବକେୟା ଦରମା ଦାବିରେ ଓଏସ୍‌ଆରଟିସି କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ୭ ମାସର ବକେୟା ଦରମା ପ୍ରଦାନ ଦାବିରେ ଭଞ୍ଜନଗର ଓଏସ୍‌ଆରଟିସିର ଠିକା କର୍ମଚାରୀମାନେ ରବିବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଫଳରେ ଭଞ୍ଜନଗର ଜୋନ୍‌ରୁ ୧୧ଟି ରୁଟ୍‌ରେ ଚାଲୁଥିବା ସମସ୍ତ ସରକାରୀ ବସ୍‌ ସେବା ରବିବାର ସକାଳଠାରୁ ବନ୍ଦ ହୋଇଯାଇଛି । କେତେକ ରୁଟ୍‌ରେ ଘରୋଇ ବସ୍‌ ସେବା ନ ଥିବା ଯୋଗୁ ସମ୍ପୃକ୍ତ ରୁଟ୍‌ର ଯାତ୍ରୀମାନେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟିଦେଇ ଆବଶ୍ୟକ ପଦକ୍ଷେପ ନେବାପାଇଁ ସାଧାରଣରେ ଦାବି ହୋଇଛି ।
ପ୍ରକାଶ ଯେ, ଭଞ୍ଜନଗର ଓଏସ୍‌ଆରଟିସି ଜୋନଟି ବର୍ଷର କିଛିମାସ ଲାଭରେ ଚାଲୁଥିବା ବେଳେ ଆଉ କିଛି ମାସ କ୍ଷତିରେ ଚାଲୁଛି । ଯେଉଁ ମାସରେ କ୍ଷତି ହେଉଛି ସମ୍ପୃକ୍ତ ମାସରେ କର୍ମଚାରୀଙ୍କ ଦରମା ଦିଆଯାଇ ପାରୁନାହିଁ । ଏହିଭଳି କର୍ମଚାରୀମାନେ ୭ ମାସର ବକେୟା ଦରମା ପାଇନାହାନ୍ତି । ପୂର୍ବରୁ ମୁଖ୍ୟ କାର୍ଯ୍ୟାଳୟରୁ ଦରମା ଦେବା ବ୍ୟବସ୍ଥା ରହିଥିବା ବେଳେ ବିଗତ କିଛିମାସ ହେବ ଜୋନ୍‌ରୁ ହିଁ ଆଦାୟ ଅର୍ଥରୁ ଦରମା ପ୍ରଦାନ କରାଯିବା ବ୍ୟବସ୍ଥା କରାଯାଇଛି। କିଛି ରୁଟ୍‌ରେ ବସ୍‌ଗୁଡ଼ିକ କ୍ଷତିରେ ଚାଲିବା ପରେ କର୍ମଚାରୀଙ୍କ ଦରମା ଦେବା ଅସମ୍ଭବ ହୋଇପଡ଼ିଛି । ଏ ନେଇ ସଂଘର ସଭାପତି ତଥା ଆଇନଜୀବୀ ବଟକୃଷ୍ଣ ପଣ୍ଡାଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଅନାଗ୍ରହ ଯୋଗୁ ଆଜି ଏହି ସମସ୍ୟା ଉପୁଜିଛି । ଭଞ୍ଜନଗର ଡିଟିଏମ୍‌ ଧୀରେନ କୁମାର ଦାସଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତ ସମସ୍ୟା ସମ୍ପର୍କରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

କାଶ୍ମୀର ଓ ଉତ୍ତରାଖଣ୍ଡକୁ ପଛରେ ପକାଇଲେ ଓଡ଼ିଆ ପୁଅ ଶିବପ୍ରସାଦ, ଓଡ଼ିଶା ପାଇଁ ଆଣିଲେ ସୁନାମ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲlଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲଡ଼ ମେଡାଲ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?