ବକେୟା ଦରମା, ମହଙ୍ଗା ଭତ୍ତାକୁ ନେଇ ଅସନ୍ତୋଷ: ଆଜି ଆଲୋଚନା କରିପାରନ୍ତି ସରକାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): କେନ୍ଦ୍ର ସରକାର ୧୬ ଜାନୁୟାରୀରୁ ସରକାରୀ କର୍ମଚାରୀଙ୍କ ପାଇଁ ୭ମ ବେତନ କମିଶନ ଲାଗୁ କରିସାରିଛନ୍ତି। ପରେ ଓଡ଼ିଶା ସରକାର ସେପ୍ଟେମ୍ବର ୨୦୧୭ରେ ଏହା ଘୋଷଣା କରିଥିଲେ ଏବଂ ଏହାକୁ ପିଛିଲା ଭାବେ ୧ ଜାନୁୟାରୀ ୨୦୧୬ରୁ ଲାଗୁ କରାଯିବା ନେଇ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଥିଲେ। ହେଲେ ରାଜ୍ୟ ସରକାର ୨୦୧୬ ଜାନୁୟାରୀରୁ ୨୦୧୭ ସେପ୍ଟେମ୍ବର ପର୍ଯ୍ୟନ୍ତ କର୍ମଚାରୀଙ୍କୁ ମାତ୍ର ୪୦ ପ୍ରତିଶତ ବକେୟା ଦରମା(ଏରିଅର) ପ୍ରଦାନ କରିଥିଲେ। ନିକଟରେ ଗତ ଗୁରୁବାର ରାଜ୍ୟ ସରକାର ବାକିଥିବା ୬୦ପ୍ରତିଶତ ବକେୟା ଦରମାରୁ ୧୦ପ୍ରତିଶତ ପ୍ରଦାନ କରିବା ପାଇଁ ଘୋଷଣା କରିଥିଲେ। ଦୀର୍ଘଦିନ ପରେ ମାତ୍ର ୧୦ପ୍ରତିଶତ ଦେବା ଘଟଣାକୁ ନେଇ କର୍ମଚାରୀ ମହଲରେ ଅସନ୍ତୋଷ ଦେଖାଦେଇଥିଲା। ଏହାକୁ ପ୍ରଶମିତ କରିବା ପାଇଁ ରାଜ୍ୟ ସରକାର ଶୁକ୍ରବାର ୫ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା କଲେ ମାତ୍ର ଅସନ୍ତୋଷ ହ୍ରାସ ପାଇବା ବଦଳରେ ବୃଦ୍ଧି ପାଇବାରେ ଲାଗିଛି। କାରଣ ରାଜ୍ୟ ସରକାର ଘୋଷଣା କରିଥିବା ୫ ପ୍ରତିଶତ ମହଙ୍ଗା ଭତ୍ତା ଚଳିତ ବର୍ଷ ଜାନୁୟାରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ବୋଲି ସରକାର ଘୋଷଣା କରିଛନ୍ତି।
ଅପରପକ୍ଷରେ ୨୦୧୯ ଜୁଲାଇରୁ କେନ୍ଦ୍ର ସରକାରଙ୍କ କର୍ମଚାରୀମାନେ ଏହି ୫% ମହଙ୍ଗା ଭତ୍ତା ପାଇ ଆସୁଛନ୍ତି। ତେବେ ରାଜ୍ୟ ସରକାର ଏବେ ଯେଉଁ ଘୋଷଣା କରିଛନ୍ତି ସେଥିରେ ୨୦୧୯ ଜୁଲାଇରୁ ଡିସେମ୍ବର ପର୍ଯ୍ୟନ୍ତ ୫ ପ୍ରତିଶତ ମହଙ୍ଗା ଭତ୍ତା ମିଳିବା/ବୃଦ୍ଧି ନେଇ କୌଣସି ସ୍ପଷ୍ଟ ସୂଚନା ଦେଇ ନାହାନ୍ତି। ଯାହାକୁ ନେଇ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଯାହା ଫଳରେ ଗୁରୁବାରରୁ ଦାନା ବାନ୍ଧୁଥିବା ଅସନ୍ତୋଷ ଶନିବାର ଅପରାହ୍ନରେ ସଚିବାଳୟରେ ଦେଖିବାକୁ ମିଳିଥିଲା। ଲୋକସେବା ଭବନ, ଖାରବେଳ ଭବନରେ କାର୍ଯ୍ୟରତ ସଂଖ୍ୟାଧିକ କର୍ମଚାରୀ ସରକାରଙ୍କ ଏଭଳି ନୀତିକୁ ସମାଲୋଚନା କରିଥିଲେ। ତେଣୁ ଏହି ନିଷ୍ପତ୍ତିର ପୁନର୍ବିଚାର ନ କଲେ ଆନ୍ଦୋଳନ ଏକମାତ୍ର ପନ୍ଥା ବୋଲି କର୍ମଚାରୀ ମହଲରେ ପ୍ରକାଶ ପାଇଛି। ତେଣୁ ଏହି ଅସନ୍ତୋଷକୁ ପ୍ରଶମିତ କରିବା ପାଇଁ ସୋମବାର ଏ ବାବଦରେ କର୍ମଚାରୀ ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଅଥବା ମୁଖ୍ୟ ସଚିବ ଆଲୋଚନା କରିବେ ବୋଲି ଆଶା କରାଯାଉଛି। ଅପରପକ୍ଷରେ ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଆସନ୍ତା ମାସ ୧୯ରେ ଏ ନେଇ ରାଜ୍ୟବ୍ୟାପୀ ପ୍ରତିବାଦ କରାଯିବ ବୋଲି ଏହାର ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri