ବକେୟା ଦରମା, ମହଙ୍ଗା ଭତ୍ତାକୁ ନେଇ ଅସନ୍ତୋଷ: ଆଜି ଆଲୋଚନା କରିପାରନ୍ତି ସରକାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): କେନ୍ଦ୍ର ସରକାର ୧୬ ଜାନୁୟାରୀରୁ ସରକାରୀ କର୍ମଚାରୀଙ୍କ ପାଇଁ ୭ମ ବେତନ କମିଶନ ଲାଗୁ କରିସାରିଛନ୍ତି। ପରେ ଓଡ଼ିଶା ସରକାର ସେପ୍ଟେମ୍ବର ୨୦୧୭ରେ ଏହା ଘୋଷଣା କରିଥିଲେ ଏବଂ ଏହାକୁ ପିଛିଲା ଭାବେ ୧ ଜାନୁୟାରୀ ୨୦୧୬ରୁ ଲାଗୁ କରାଯିବା ନେଇ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଥିଲେ। ହେଲେ ରାଜ୍ୟ ସରକାର ୨୦୧୬ ଜାନୁୟାରୀରୁ ୨୦୧୭ ସେପ୍ଟେମ୍ବର ପର୍ଯ୍ୟନ୍ତ କର୍ମଚାରୀଙ୍କୁ ମାତ୍ର ୪୦ ପ୍ରତିଶତ ବକେୟା ଦରମା(ଏରିଅର) ପ୍ରଦାନ କରିଥିଲେ। ନିକଟରେ ଗତ ଗୁରୁବାର ରାଜ୍ୟ ସରକାର ବାକିଥିବା ୬୦ପ୍ରତିଶତ ବକେୟା ଦରମାରୁ ୧୦ପ୍ରତିଶତ ପ୍ରଦାନ କରିବା ପାଇଁ ଘୋଷଣା କରିଥିଲେ। ଦୀର୍ଘଦିନ ପରେ ମାତ୍ର ୧୦ପ୍ରତିଶତ ଦେବା ଘଟଣାକୁ ନେଇ କର୍ମଚାରୀ ମହଲରେ ଅସନ୍ତୋଷ ଦେଖାଦେଇଥିଲା। ଏହାକୁ ପ୍ରଶମିତ କରିବା ପାଇଁ ରାଜ୍ୟ ସରକାର ଶୁକ୍ରବାର ୫ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା କଲେ ମାତ୍ର ଅସନ୍ତୋଷ ହ୍ରାସ ପାଇବା ବଦଳରେ ବୃଦ୍ଧି ପାଇବାରେ ଲାଗିଛି। କାରଣ ରାଜ୍ୟ ସରକାର ଘୋଷଣା କରିଥିବା ୫ ପ୍ରତିଶତ ମହଙ୍ଗା ଭତ୍ତା ଚଳିତ ବର୍ଷ ଜାନୁୟାରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ବୋଲି ସରକାର ଘୋଷଣା କରିଛନ୍ତି।
ଅପରପକ୍ଷରେ ୨୦୧୯ ଜୁଲାଇରୁ କେନ୍ଦ୍ର ସରକାରଙ୍କ କର୍ମଚାରୀମାନେ ଏହି ୫% ମହଙ୍ଗା ଭତ୍ତା ପାଇ ଆସୁଛନ୍ତି। ତେବେ ରାଜ୍ୟ ସରକାର ଏବେ ଯେଉଁ ଘୋଷଣା କରିଛନ୍ତି ସେଥିରେ ୨୦୧୯ ଜୁଲାଇରୁ ଡିସେମ୍ବର ପର୍ଯ୍ୟନ୍ତ ୫ ପ୍ରତିଶତ ମହଙ୍ଗା ଭତ୍ତା ମିଳିବା/ବୃଦ୍ଧି ନେଇ କୌଣସି ସ୍ପଷ୍ଟ ସୂଚନା ଦେଇ ନାହାନ୍ତି। ଯାହାକୁ ନେଇ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଯାହା ଫଳରେ ଗୁରୁବାରରୁ ଦାନା ବାନ୍ଧୁଥିବା ଅସନ୍ତୋଷ ଶନିବାର ଅପରାହ୍ନରେ ସଚିବାଳୟରେ ଦେଖିବାକୁ ମିଳିଥିଲା। ଲୋକସେବା ଭବନ, ଖାରବେଳ ଭବନରେ କାର୍ଯ୍ୟରତ ସଂଖ୍ୟାଧିକ କର୍ମଚାରୀ ସରକାରଙ୍କ ଏଭଳି ନୀତିକୁ ସମାଲୋଚନା କରିଥିଲେ। ତେଣୁ ଏହି ନିଷ୍ପତ୍ତିର ପୁନର୍ବିଚାର ନ କଲେ ଆନ୍ଦୋଳନ ଏକମାତ୍ର ପନ୍ଥା ବୋଲି କର୍ମଚାରୀ ମହଲରେ ପ୍ରକାଶ ପାଇଛି। ତେଣୁ ଏହି ଅସନ୍ତୋଷକୁ ପ୍ରଶମିତ କରିବା ପାଇଁ ସୋମବାର ଏ ବାବଦରେ କର୍ମଚାରୀ ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଅଥବା ମୁଖ୍ୟ ସଚିବ ଆଲୋଚନା କରିବେ ବୋଲି ଆଶା କରାଯାଉଛି। ଅପରପକ୍ଷରେ ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଆସନ୍ତା ମାସ ୧୯ରେ ଏ ନେଇ ରାଜ୍ୟବ୍ୟାପୀ ପ୍ରତିବାଦ କରାଯିବ ବୋଲି ଏହାର ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri