ବକେୟା ବାଦ୍‌ ଦିଅ, ନଗଦ ବିଲ୍‌ ଆଦାୟ କର

ଢେଙ୍କାନାଳ ଅଫିସ, ୧୮।୧ – ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରୁଥିବା ଉପଭୋକ୍ତାଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି ସେସୁ। ଏହାକୁ ନେଇ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ ଶୁକ୍ରବାର ସନ୍ଧ୍ୟାରେ ଜିଲାର ବିଦ୍ୟୁତ୍‌ ଉପଭୋକ୍ତା ସୁରକ୍ଷା ମଞ୍ଚ କାର୍ଯ୍ୟକାରୀ କମିଟିର ଏକ ଜରୁରୀ ବୈଠକ ସ୍ଥାନୀୟ ଗଣେଶ ବଜାରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବରିଷ୍ଠ ଆଇନଜୀବୀ ଯୋଗେନ୍ଦ୍ରନାଥ ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ। ବକେୟା ବିଦ୍ୟୁତ୍‌ ଦେୟକୁ ବାଦ୍‌ ଦେଇ ନଗଦ ବିଲ୍‌ ଆଦାୟ କରିବାକୁ ବିଦ୍ୟୁତ୍‌ ବିଭାଗକୁ ଅନୁରୋଧ କରାଯାଇଛି।
ଆଗକୁ ଛାତ୍ରୀଛାତ୍ରଙ୍କ ପରୀକ୍ଷା ରହିଛି। ବିଦ୍ୟୁତ୍‌ କାଟ ହେଲେ ସେମାନଙ୍କ ପାଠପଢ଼ା ପ୍ରଭାବିତ ହେବ। ସମ୍ପୂର୍ଣ୍ଣ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବା ବଦଳରେ ଚଳିତ ମାସର ନଗଦ ବିଲ୍‌ ଆଦାୟ କରିବା ଦିଗରେ ସେସୁ ଯତ୍ନବାନ ହେଉ ବୋଲି ମତପ୍ରକାଶ ପାଇଥିଲା। ଏଥିସହ ତ୍ରୁଟିପୂର୍ଣ୍ଣ ଉପାୟରେ ବିଲ୍‌ ଦେଇ ଜବରଦସ୍ତ ଟଙ୍କା ଆଦାୟକୁ ବରଦାସ୍ତ କରାଯିବନାହିଁ। ଏଥିରୁ ବିରତ ରହିବାକୁ ଚେତାବନୀ ଦିଆଯାଇଛି।
ତ୍ରୁଟିପୂର୍ଣ୍ଣ ବକେୟା ବିଲ୍‌ର ରିଭାଇଜ୍‌ କରିବା ଲାଗି ଅଭିଯୋଗ ପ୍ରକୋଷ୍ଠ ଖୋଲିବା, ବିଦ୍ୟୁତ୍‌ ଉପଭୋକ୍ତା ସୁରକ୍ଷା ମଞ୍ଚର କର୍ମକର୍ତ୍ତାଙ୍କ ସହାୟତାରେ ସମସ୍ୟାର ସମାଧାନ କରିବାକୁ ପ୍ରସ୍ତାବ ଗୃହୀତ ହୋଇଛି। ଏଥିସହ ସମସ୍ୟାର ସମାଧାନ ଲାଗି ଆସନ୍ତା ୨୨ରେ ଜିଲାପାଳ, ସେସୁ, ଏନ୍‌ଜେନ୍‌ କର୍ମକର୍ତ୍ତା ଏବଂ ବିଦ୍ୟୁତ୍‌ ଉପଭୋକ୍ତା ସୁରକ୍ଷା ମଞ୍ଚର କର୍ମକର୍ତ୍ତାଙ୍କୁ ନେଇ ମିଳିତ ବୈଠକ ଡାକିବା ଲାଗି ପ୍ରଶାସନକୁ ଅନୁରୋଧ କରିବାକୁ ନିଷ୍ପତ୍ତି ହୋଇଛି।
ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ଜିଲା ଓକିଲ ସଂଘ ସଭାପତି ସଞ୍ଜୟ ମିଶ୍ର, ସମ୍ପାଦକ ଟଙ୍କଧର ବେହେରା, ଜଗତ ଉଦ୍ଧାର ମଞ୍ଚ ସଭାପତି ନବକିଶୋର ଗୁରୁ, ସାମାଜିକ କର୍ମୀ ରାମଚନ୍ଦ୍ର ପାତ୍ର, ଆଇନଜୀବୀ ପତିତପାବନ ମିଶ୍ର, ସମରେନ୍ଦ୍ର ନନ୍ଦ, ବିକ୍ରମ କେଶରୀ ପାଣି, ରବିନାରାୟଣ ମହାନ୍ତି, ନିର୍ମଳ ମିଶ୍ର, ପ୍ରେମଶଙ୍କର ମିଶ୍ର, ଅଖିଳ ମହାପାତ୍ର, ମିଳିତବଜାର ପୂଜା କମିଟି ସଭାପତି ବିଶ୍ୱନାଥ ବେହେରା, ସମ୍ପାଦକ ପୀତବାସ ସାହୁ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ ା କାର୍ଯ୍ୟକାରୀ କମିଟି ସଦସ୍ୟ ଜିତେନ୍ଦ୍ର ପଟ୍ଟନାୟକ ବୈଠକ ପରିଚାଳନାରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri