Posted inଖେଳ

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହାର ଇତିହାସ

ମେଲବର୍ନ, ୨୫।୧୨: ୩୨ ବର୍ଷ ପରେ ଅଷ୍ଟ୍ରେଲିଆ ଏବଂ ପଡୋଶୀ ନ୍ୟୁଜିଲାଣ୍ଡ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ।
ଡିସେମ୍ବର ୨୬, ଅର୍ଥାତ୍‌ କ୍ରିସ୍‌ମାସ ପରଦିନ ଅଷ୍ଟ୍ରେଲିଆର ମେଲବର୍ନ ଗ୍ରାଉଣ୍ଡରେ ଏକ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ଯାହାକୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କୁହାଯାଏ। ଡିସେମ୍ବର ୨୬ ସହ ବକ୍ସିଂ ଖେଳର କୌଣସି ସମ୍ପର୍କ ନାହିଁ। କିନ୍ତୁ କ୍ରିସ୍‌ମାସ ସହ ଏହାର ପୁରାତନ ସଂଯୋଗ ରହିଛି। କ୍ରିସ୍‌ମାସରେ ପରିବାର ଓ ଆତ୍ମୀୟଙ୍କୁ ଦିଆଯାଏ କ୍ରିସମାସ ଉପହାର। କିନ୍ତୁ ଦୂର ଦୂରାନ୍ତରେ ରହୁଥିବା ଲୋକ କିମ୍ବା କୌଣସି ଅଫିସ୍‌ରେ କ୍ରିସ୍‌ମାସ ପରଦିନ ଅର୍ଥାତ୍‌ ୨୬ ତାରିଖରେ ଉପହାର ଭେଟି ଦିଆଯାଏ। ସେହିଦିନ ଡାକ କର୍ମଚାରୀ, ଘରେ କାମ କରୁଥିବାଲୋକ, ଜିନିଷପତ୍ର ନେବା ଆଣିବା କରୁଥିବା ଲୋକଙ୍କୁ ଉପହାର ବାବଦରେ କ୍ରିସ୍‌ମାସ ବକ୍ସ ଦିଆଯାଉଥିଲା। ସେବେଠାରୁ ସେହି ଦିନକୁ ବକ୍ସିଂ ଡେ’ ବୋଲି କୁହାଯାଉଥିଲା। ପୂର୍ବ ପରମ୍ପରା ଅନୁସାରେ ୨୬ ଡିସେମ୍ବରକୁ ବକ୍ସିଂ ଡେ’ ବୋଲି ଧରାଯାଉଛି। ଏହି ଦିନ ଆରମ୍ଭ ହେଉଥିବା ଟେଷ୍ଟ ମ୍ୟାଚ୍‌କୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ କୁହାଯାଏ। ପ୍ରତିବର୍ଷ ଡିସେମ୍ବର ୨୬ରେ ଅଷ୍ଟ୍ରେଲିଆ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ଅଷ୍ଟ୍ରେଲିଆ ବ୍ୟତୀତ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡରେ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ୧୯୧୩ରେ ଦକ୍ଷିଣ ଆଫ୍ରିକା ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ବକ୍ସିଂ ଡେ’ ମ୍ୟାଚ୍‌ ଖେଳାଯାଇଥିଲା। ସେହିପରି ଅଷ୍ଟ୍ରେଲିଆ ପ୍ରଥମ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ୍‌ ସହ ଖେଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri