Australia's Marnus Labuschagne, second left without a cap, celebrates with his team after they won the first test against Pakistan during their cricket test match in Brisbane, Australia, Sunday, Nov. 24, 2019. (AP Photo/Tertius Pickard)
ମେଲବର୍ନ, ୨୫।୧୨: ୩୨ ବର୍ଷ ପରେ ଅଷ୍ଟ୍ରେଲିଆ ଏବଂ ପଡୋଶୀ ନ୍ୟୁଜିଲାଣ୍ଡ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ।
ଡିସେମ୍ବର ୨୬, ଅର୍ଥାତ୍ କ୍ରିସ୍ମାସ ପରଦିନ ଅଷ୍ଟ୍ରେଲିଆର ମେଲବର୍ନ ଗ୍ରାଉଣ୍ଡରେ ଏକ ଟେଷ୍ଟ ମ୍ୟାଚ୍ ଖେଳାଯାଏ। ଯାହାକୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ କୁହାଯାଏ। ଡିସେମ୍ବର ୨୬ ସହ ବକ୍ସିଂ ଖେଳର କୌଣସି ସମ୍ପର୍କ ନାହିଁ। କିନ୍ତୁ କ୍ରିସ୍ମାସ ସହ ଏହାର ପୁରାତନ ସଂଯୋଗ ରହିଛି। କ୍ରିସ୍ମାସରେ ପରିବାର ଓ ଆତ୍ମୀୟଙ୍କୁ ଦିଆଯାଏ କ୍ରିସମାସ ଉପହାର। କିନ୍ତୁ ଦୂର ଦୂରାନ୍ତରେ ରହୁଥିବା ଲୋକ କିମ୍ବା କୌଣସି ଅଫିସ୍ରେ କ୍ରିସ୍ମାସ ପରଦିନ ଅର୍ଥାତ୍ ୨୬ ତାରିଖରେ ଉପହାର ଭେଟି ଦିଆଯାଏ। ସେହିଦିନ ଡାକ କର୍ମଚାରୀ, ଘରେ କାମ କରୁଥିବାଲୋକ, ଜିନିଷପତ୍ର ନେବା ଆଣିବା କରୁଥିବା ଲୋକଙ୍କୁ ଉପହାର ବାବଦରେ କ୍ରିସ୍ମାସ ବକ୍ସ ଦିଆଯାଉଥିଲା। ସେବେଠାରୁ ସେହି ଦିନକୁ ବକ୍ସିଂ ଡେ’ ବୋଲି କୁହାଯାଉଥିଲା। ପୂର୍ବ ପରମ୍ପରା ଅନୁସାରେ ୨୬ ଡିସେମ୍ବରକୁ ବକ୍ସିଂ ଡେ’ ବୋଲି ଧରାଯାଉଛି। ଏହି ଦିନ ଆରମ୍ଭ ହେଉଥିବା ଟେଷ୍ଟ ମ୍ୟାଚ୍କୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ କୁହାଯାଏ। ପ୍ରତିବର୍ଷ ଡିସେମ୍ବର ୨୬ରେ ଅଷ୍ଟ୍ରେଲିଆ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ଖେଳାଯାଏ। ଅଷ୍ଟ୍ରେଲିଆ ବ୍ୟତୀତ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡରେ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ଖେଳାଯାଏ। ୧୯୧୩ରେ ଦକ୍ଷିଣ ଆଫ୍ରିକା ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ବକ୍ସିଂ ଡେ’ ମ୍ୟାଚ୍ ଖେଳାଯାଇଥିଲା। ସେହିପରି ଅଷ୍ଟ୍ରେଲିଆ ପ୍ରଥମ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ଓ୍ବେଷ୍ଟଇଣ୍ଡିଜ୍ ସହ ଖେଳିଥିଲା।