Posted inଜାତୀୟ

ବଙ୍ଗଳା ଶିଖୁଛନ୍ତି ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧।୧: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଇଁ ଆହୁରି ବର୍ଷେ ବାକି ରହିଛି। ହେଲେ ଭାରତୀୟ ଜନତା ପାର୍ଟି (ଭାଜପା)ର ଅଧ୍ୟକ୍ଷ ଅମିତ ଶାହା ଏବେ ଠାରୁ ନିର୍ବାଚନର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସୂଚନାଯୋଗ୍ୟ, ଭାଜପା ମିଶନ ୨୫୦କୁ ନେଇ ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର କରିବାକୁ ଯାଉଛି। ଆଉ ନିର୍ବାଚନ ରଣନୀତିରେ ଯେପରି କୌଣସି ପ୍ରକାରର ତ୍ରୁଟି ରହି ନ ଯାଏ ଏବଂ ଭାଷା ବାଧକ ନ ହୁଏ, ସେନେଇ ଭାଜପା ଅଧ୍ୟକ୍ଷ ପ୍ରସ୍ତୁତି ଚଳାଇଛନ୍ତି। ଶୁଣିବାକୁ ମିଳିଛି ଅମିତ ଶାହା ବଙ୍ଗଳା ଭାଷା ଶିଖୁଛନ୍ତି। ଏଥିପାଇଁ ସେ ଜଣେ ଶିକ୍ଷକଙ୍କୁ ମଧ୍ୟ ରଖିଛନ୍ତି। ଏହାଦ୍ୱାରା ସେ ଏହି ଭାଷାକୁ ସହଜରେ ବୁଝିପାରିବେ ଏବଂ ନିର୍ବାଚନ ସଭାରେ ନିଜର ଅଭିଭାଷଣ ବଙ୍ଗଳାରେ ରଖିପାରିବେ। ଯେପରି ତାଙ୍କ ଭାଷଣ ଲୋକଙ୍କ ଉପରେ ପ୍ରଭାବ ବିସ୍ତାର କରିପାରିବ। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ‘ମାଆ, ମାଟି ଓ ମାନୁଷ’ ସ୍ଲୋଗାନ ଦେଇ ନିଜ ସ୍ଥିତିକୁ ସୁଦୃଢ କରିପାରିଛନ୍ତି। ଏବେ ଭାଜପା ମଧ୍ୟ ଏହାକୁ ଅସ୍ତ୍ର କରି ନିଜର ସ୍ଥାନ ତିଆରି କରିବାକୁ ପ୍ରଚେଷ୍ଟା ଚଳାଇଛି। ଶାହାଙ୍କୁ ଭାଜପାର ନିର୍ବାଚନ ରାଣନୀତିର ଚାଣକ୍ୟ ବୋଲି କୁହାଯାଏ। ପ୍ରତିଟି ନିର୍ବାଚନରେ ଶାହା ନିଜର ଭିନ୍ନ-ଭିନ୍ନ ରଣନୀତି ଆପଣଇଥାନ୍ତି। କିନ୍ତୁ ଚଳିତ ବିଧାନସଭା ନିର୍ବାଚନରେ ପ୍ରଥମେ ମହାରାଷ୍ଟ୍ର, ହରିୟାଣା ଓ ଝାଡଖଣ୍ଡରେ ଶୋଚନୀୟ ପରାଜୟ ପରେ ଶାହା ପଶ୍ଚିମବଙ୍ଗ ନିର୍ବାଚନର ନେତୃତ୍ୱ ନିଜ ହାତକୁ ନେଇଛନ୍ତି। ଏଥିପାଇଁ କର୍ମକର୍ତ୍ତାଙ୍କ ମଧ୍ୟରେ ସମନ୍ବୟ ଠିକ୍‌ ରହିବା ଆବଶ୍ୟକ ବୋଲି ସେ କହିଛନ୍ତି। ଏଥିପାଇଁ ଭାଷା ଯେପରି ରଣନୀତିରେ ବାଧା ସୃଷ୍ଟି ନକରେ, ସେଥିପାଇଁ ବଙ୍ଗଳା ଶିଖୁଛନ୍ତି ଅମିତ ଶାହା ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri