ବଙ୍ଗୀୟ ଭାଷୀଙ୍କ ଉପରେ ନଜର: ସମୁଦ୍ର ପଥରେ କଡ଼ା ପାଟ୍ରୋଲିଂ

ମହାକାଳପଡ଼ା, ୨୭।୪ (ଡି.ଏନ୍‌.ଏ.)-ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୧୦ରେ ପହଞ୍ଚତ୍ଛି। ଏବେ ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲା କରୋନା ହଟ୍‌ସ୍ପଟ୍‌ ରହିଥିବା ବେଳେ ସଂକ୍ରମିତଙ୍କ ମଧ୍ୟରେ ଅଧିକାଂଶ ଫଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ଏହାପରେ ରାଜ୍ୟର ବିଭିନ୍ନ ସାମୁଦ୍ରିକ ପଥରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ଓ ତନ୍ତିଆପାଳ ସାମୁଦ୍ରିକ ଥାନା ପକ୍ଷରୁ ସମୁଦ୍ର ପଥରେ ପାଟ୍ରୋଲିଂ କଡ଼ାକ କଡ଼ି କରାଯାଇଥିବା ଉଭୟ ଥାନା ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ମହାକାଳପଡ଼ା ବ୍ଲକର ବତୀଘର, ଖରି ନାସି , ରାମନଗର, ଜମ୍ବୁ, ସୁନିତି, ନାଞ୍ଜୁରା, ବଉଳ କଣି, ପେଟ୍‌ଚ୍ଛେଲା, ଆଦି ପଞ୍ଚାୟତରେ ବହୁ ବଙ୍ଗୀୟ ଭାଷାଭାଷୀ ବସବାସ କରୁଛନ୍ତି। ତେବେ ପଶ୍ଚିମବଙ୍ଗ ଲୋକମାନେ ମାଛଧରା ଡଙ୍ଗାରେ ଏଠାକାର ଲୋକଙ୍କ ଘରକୁ ଆସିବାର ଅଶଙ୍କା ରହିଥିବାରୁ ପାଟ୍ରୋଲିଂ କଡ଼ା କଡ଼ି କରାଯାଇଥିବା ସୂଚନା ମିଳିଛି। ଅପରପକ୍ଷେ କୌଣସି ସନ୍ଦିଗ୍ଧ ଲୋକଙ୍କୁ ସମୁଦ୍ର ପଥରେ ଦେଖିଲେ ତୁରନ୍ତ ସ୍ଥାନୀୟ ପୋଲିସକୁ ଜଣାଇବାକୁ ଅନୁରୋଧ କରାଯାଇଛି। ହାଇସ୍ପିଡ ବୋଟ ଯୋଗେ ଜମ୍ବୁ ମେରାଇନ ଥାନା ପକ୍ଷରୁ ସତନ୍ତ୍ର ଟିମ୍‌ ବଙ୍ଗୋସାଗରରେ ପେଟ୍ରୋଲଂ କରୁଥିବା ଥାନା ଅଧିକାରୀ ରାମ କୁମାର ମୁର୍ମୁ ସୂଚନା ଦେଇଛନ୍ତି। ତନ୍ତିଆପାଳ ମେରାଇନ ଥାନାର ବୋଟ ନ ଥିବାରୁ ନିକଟସ୍ଥ ନଦୀ ଓ ସମୁଦ୍ର କୂଳରେ ବସବାସ କରୁଥିବା ଲୋକଙ୍କ ଉପରେ ନଜର ରଖାଯଇଥିବା ଥାନା ଅଧିକାରୀ ଜ୍ୟୋତିରଞ୍ଜନ ସ୍ବାଇଁ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଏସ୍‌ପି ନୀତି ଶେଖର କହିଛନ୍ତି, ସମୁଦ୍ର ପଥରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଜିଲାର ସମସ୍ତ ମେରାଇନ ଥାନାକୁ କୁହାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri