ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା: ଅଧିକ ସକ୍ରିୟ ହେବ ମୌସୁମୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅପରପକ୍ଷେ ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ତାହା ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ତେବେ ଲଘୁଚାପ ପ୍ରଭାବରେ ମୌସୁମୀ ଅଧିକ ସକ୍ରିୟ ହେବ ଏବଂ ଆଗକୁ ବଢ଼ିବ। ମୌସୁମୀ ଉପୂକଳ ଓଡ଼ିଶା ବାଲେଶ୍ୱର, ପୁରୀ ଦେଇ ରାଜ୍ୟକୁ ପ୍ରବେଶ କରିବ। ଉପକୂଳବର୍ତ୍ତୀ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଜଗତ୍ସିଂହପୁର, ପୁରୀ ଆଦି ଜିଲାରେ ବର୍ଷା ପରିମାଣ ବଢ଼ିବ। ଚଳିତ ବର୍ଷ ମୌସୁମୀ ଭଲ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ୯୬ରୁ ୧୦୪ ପ୍ରତିଶତ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଜୁଲାଇରେ ୧୦୬ ମିଲିମିଟର ବର୍ଷା ହେବା ବେଳେ ଅଗଷ୍ଟରେ ୯୬ ପ୍ରତିଶତ ବର୍ଷା ହେବ ବୋଲି ଆକଳନ କରାଯାଇଛି। ବାତ୍ୟା ଅମ୍ଫନ ଯୋଗୁ ମୌସୁମୀ ବିଳମ୍ବ ହେବ ବୋଲି କୁହାଯାଉଥିଲା। ମାତ୍ର ମୌସୁମୀ ଉପରେ ଏହାର କୌଣସି ପ୍ରଭାବ ପଡି ନାହିଁ। ମୌସୁମୀ ନିର୍ଦ୍ଧାରିତ ସମୟରେ କେରଳରେ ପହଞ୍ଚିଛି। ମୌସୁମୀ ଆସିବା ଯାଏ ରାଜ୍ୟରେ ତାତି ବଢ଼ିବ ନାହିଁ। ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ପୁରୀ, ଅନୁଗୋଳ, କଟକ, ଢେଙ୍କାନାଳ ଏବଂ ନୟାଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri