ବଙ୍ଗୋପସାଗର ଉପକୂଳରେ ଅବପାତ: ୪୮ ଘଣ୍ଟା ପ୍ରବଳ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଓଡ଼ିଶାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ପବନ ସହ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଦେଖାଦେଇଛି। ଏନେଇ ମଙ୍ଗଳବାର ଭାରତୀୟ ପାଣିପାଗ ବିଭାଗ ସୂଚନା ଦେବାପରେ ରାଜ୍ୟ ସରକାର ସବୁ ଜିଲାରେ ଆଲର୍ଟ ଜାରି କରିଛନ୍ତି। ଜିଲାପାଳମାନଙ୍କୁ ସ୍ଥିତି ଉପରେ ନଜର ରଖିବା ପାଇଁ ୨୪ ଘଣ୍ଟିଆ ଜରୁରିକାଳୀନ କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ଖାଦ୍ୟ, ପାନୀୟ, ଆଲୋକ ଆଦିର ବ୍ୟବସ୍ଥା କରିବାକୁ କୁହାଯାଇଛି। ସେହିପରି ଓଡ୍ରାଫ ଓ ଅଗ୍ନିଶମ ବାହିନୀକୁ ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ସମସ୍ତ ଜିଲାପାଳ, ଅଗ୍ନିଶମ ସେବା ଆଇଜି, ଏନ୍‌ଡିଆର୍‌ଏଫ୍‌ ସମେତ ସ୍କୁଲ ଓ ଗଣଶିକ୍ଷା ବିଭାଗ, ଅନୁସୂଚିତ ଜାତି ଓ ଜନଜାତି ବିଭାଗ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛନ୍ତି। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଏହି ସତର୍କତା ଜାରି କରାଯାଇଛି।
୭ ତାରିଖ ପାଇଁ ୫ ଜିଲାରେ ରେଡ୍‌ ଆଲର୍ଟ, ୭ ଜିଲାରେ ଅରେଞ୍ଜ ଆଲର୍ଟ ଓ ୮ ଜିଲାରେ ୟେଲୋ ଆଲର୍ଟ ଜାରି କରାଯାଇଛି। ୮ ତାରିଖରେ ୬ ଜିଲାରେ ୟେଲୋ ଆଲର୍ଟ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ପୁରୀ ଜିଲା ପାଇଁ ବୁଧବାର ପର୍ଯ୍ୟନ୍ତ ରେଡ୍‌ ଆଲର୍ଟ ଜାରି ହୋଇଛି। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଇଛି। ସେହିପରି ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଗଜପତି, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼, କଟକ, ଢେଙ୍କାନାଳ ଓ ନୟାଗଡ଼ ଜିଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାବ୍ୟତୀତ ୧୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
ଅନ୍ୟପକ୍ଷରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ହେବା ସମ୍ଭାବନା ରହିଛି। ପବନର ବେଗ ବୃଦ୍ଧି ପାଇ ୬୫ କିଲୋମିଟରେ ପହଞ୍ଚତ୍ପାରେ। ତେବେ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ୩୫ରୁ ୪୦ କିଲୋମିଟର ବେଗରେ ପବନ ବହି ୫୦ କିଲୋମିଟରରେ ପହଞ୍ଚତ୍ବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୁରୀ, ଗୋପାଳପୁର, ସୁନ୍ଦରଗଡ଼, ଭୁବନେଶ୍ୱର ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri