ବଚସା ନେଲା ଜୀବନ: ମାଡ଼ ମାରି ପୋଖରୀରେ ଫିଙ୍ଗିଦେଲେ ଦୁର୍ବୃତ୍ତ; ଜଣେ ମୃତ, ଜଣେ ଗୁରୁତର

ବାରିପଦା ଅଫିସ,୧୭।୧- ସାମାନ୍ୟ ବଚସାରୁ ଦୁଇ ଜଣଙ୍କୁ ଆକ୍ରମଣ କରି ପୋଖରୀରେ ଫିଙ୍ଗିଦେଲେ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ନୂଆଗାଁରେ। ମୃତକଜଣକ ହେଲେ ରାଧାକୃଷ୍ଣ ବାରିକ ଓ ଗୁରୁତର ବ୍ୟକ୍ତି ହେଲେ ଶରତ ବାରିକ। ଚିକିତ୍ସା ଲାଗି ଗୁରୁତରଙ୍କୁ କଟକ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ଗୁରୁବାର ସନ୍ଧ୍ୟାରେ ରାଧାକୃଷ୍ଣ ଓ ଶରତ ଗାଁ ମୁଣ୍ଡକୁ ଯାଇଥିଲେ। ସେଠାରେ ଥିବା ଏକ ମଦ ଦୋକାନ ପାଖରେ କୌଣସି କଥାକୁ ନେଇ କିଛି ଦୁର୍ବୃତ୍ତଙ୍କ ସହ ସେମାନଙ୍କର ବଚସା ହୋଇଥିଲା। ଏହାପରେ ଦୁର୍ବୃତ୍ତମାନେ ଆସି ପ୍ରଥମେ ରାଧାକୃଷ୍ଣଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଏହା ଦେଖି ଶରତ ଦୁର୍ବୃତ୍ତମାନଙ୍କୁ ପ୍ରତିରୋଧ କରିବାରୁ ତାଙ୍କୁ ମଧ୍ୟ ସେମାନେ ମାଡ଼ ମାରିଥିଲେ। ଏହାପରେ ଦୁର୍ବୃତ୍ତମାନେ ଉଭୟଙ୍କୁ ନିକଟରେ ଥିବା ପୋଖରୀରେ ଫିଙ୍ଗି ଫେରାର ହୋଇଯାଇଥିଲେ।
ଖବର ପାଇ ଉଭୟଙ୍କ ପରିବାରଲୋକେ ପୋଖରୀରୁ ଉଭୟଙ୍କୁ ଉଦ୍ଧାର କରିଥିଲେ। ହେଲେ ସେତେବେଳକୁ ରାଧାକୃଷ୍ଣଙ୍କ ମୃତ୍ୟୁ ହୋଇଯାଇଥିଲା। ପୋଲିସ ଏହି ଘଟଣାର ତଦନ୍ତ କରୁଥିବା ବେଳେ ଦୁଇଜଣଙ୍କୁ ଅଟକ ରହିଛି। ଏଥିସହ ଆଉ ୩ ଜଣ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri