Posted inଖେଳ

ବଜରଙ୍ଗଙ୍କୁ ମିଳିବ ଖେଳରତ୍ନ

ନୂଆଦିଲ୍ଲୀ,୧୬।୮(ପିଟି): ଏସିଆନ୍‌ ଗେମ୍ସ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ବଜରଙ୍ଗ ପୁନିଆ ଶୁକ୍ରବାର ଦେଶରେ କ୍ରୀଡ଼ା ଜଗତର ସବୁଠୁ ବଡ଼ ସମ୍ମାନ ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ମନୋନୀତ ହୋଇଛନ୍ତି। କ୍ରୀଡ଼ା ମନ୍ତ୍ରଣାଳୟର ୧୨ ଜଣିଆ ଚୟନ କମିଟି ତାଙ୍କ ନାମ ଚୂଡ଼ାନ୍ତ କରିିଛି। ସମସ୍ତ ସମର୍ଥନ କ୍ରମେ କମିଟି ତା’ର ପ୍ରଥମ ଦିନରେ ଏହି ନିଷ୍ପତ୍ତି ନେଇଛି। କମିଟିରେ ଅବସରପ୍ରାପ୍ତ ଜଷ୍ଟିସ ମୁକୁନ୍ଦାକାମ ଶର୍ମା, ପୂର୍ବତନ ଫୁଟ୍‌ବଲ ଅଧିନାୟକ ବାଇଚୁଙ୍ଗ ଭୂତିଆ ଓ ୬ ଥର ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନ ଏମ୍‌. ସି. ମେରୀକମ୍‌ ରହିଛନ୍ତି। ଗତ ବର୍ଷ ଏସିଆନ ଓ କମନଓ୍ବେଲଥ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିବା ସତ୍ତ୍ୱେ ବଜରଙ୍ଗ ସମାନ ପୁରସ୍କାର ପାଇବାରୁ ବଞ୍ଚତ୍ତ ହୋଇଥିଲେ। ଏଥିନେଇ ତୁମ୍ବିତୋଫାନ କରିଥିଲେ। ଏପରି କି କ୍ରୀଡ଼ା ମନ୍ତ୍ରଣାଳୟକୁ କୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି ଧମକ ଦେଇଥିଲେ। କିନ୍ତୁ ଶୁକ୍ରବାର ପୁରସ୍କାର ପାଇବା ନିଶ୍ଚିତ ହେବା ପରେ ବଜରଙ୍ଗ କହିଛନ୍ତି, ମୁଁ ଏହି ସମ୍ମାନ ପାଇଁ ଯୋଗ୍ୟ। ମୋ କାର୍ଯ୍ୟ ହେଲା କଠିନ ଟ୍ରେନିଂ ଓ ମ୍ୟାଚ୍‌ରେ ଶେଷ ପର୍ଯ୍ୟନ୍ତ ପ୍ରତିଦ୍ୱନ୍ଦ୍ୱିତା କରିବା। ମୁଁ ପୁରସ୍କାରକୁ ନୁହେଁ, ମୋ ପ୍ରଦର୍ଶନକୁ ସର୍ବଦା ଗୁରୁତ୍ୱ ଦିଏ। ହେଲେ ଭଲ ପ୍ରଦର୍ଶନ କଲେ ସମ୍ମାନ ଆପେ ଆପେ ଆସେ। ସେ ଏବେ ବିଶ୍ୱ ଚାମ୍ପିୟନନଶିପ ଲାଗି ପ୍ରଶିକ୍ଷଣ ନେଉଛନ୍ତି। ତେବେ ସେ ଦେଶର ୪ର୍ଥ ରେସଲର ଭାବେ ରାଜୀବ ଗାନ୍ଧୀ ଖେଳରତ୍ନ ପାଇବାକୁ ଯାଉଛନ୍ତି। ତାଙ୍କ ପୂର୍ବରୁ ଅଲିମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାର, ଯୋଗେଶ୍ୱର ଦତ୍ତ ଓ ସାକ୍ଷୀ ମଲିକ ଖେଳରତ୍ନ ପାଇ ସାରିଛନ୍ତି। ଏହି ପୁରସ୍କାର ସହ ଆଥ୍‌ଲେଟଙ୍କୁ ଏକ ସ୍ନାତକପତ୍ର ଓ ସାଢ଼େ ୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ମିଳିବ। ଏହି ସମ୍ମାନ ଚଳିତ ମାସ ୨୯ ତାରିଖରେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ପ୍ରଦାନ କରିବେ। ଉଲ୍ଲେଖଥାଉ କି, ହକି କିମ୍ବଦନ୍ତୀ ମେଜର ଧ୍ୟାନ ଚାନ୍ଦଙ୍କ ଜନ୍ମବାର୍ଷିକୀକୁ ଦେଶରେ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri