ବଜାର କମିଟି ନାଁରେ ଫେରାଦ ଘଟଣା : ଏସ୍‌ପିଙ୍କୁ ଭେଟିଲେ ବ୍ୟବସାୟୀ

କୋରେଇ,୭ା୬(ସ୍ବ.ପ୍ର.) : ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ପୋଲିସ ବାହିନୀ ଗଠିତ ହୋଇଥିଲେ ମଧ୍ୟ କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ ପ୍ରରାଚନାରେ ସେମାନେ କର୍ତ୍ତବ୍ୟରେ ଅବହେଳା କରୁଥିବା ଜଣାପଡ଼ିଛି। ଏହାର ଏକ ଉଦାହରଣ ହେଉଛି ମଙ୍ଗଳପୁର ଥାନା। ସିସିଟିଭି ଫୁଟେଜରେ ସମସ୍ତ ଘଟଣା କଏଦ ହୋଇଥିବା ସତ୍ତ୍ୱେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ। ଗତ ୨ ତାରିଖରୁ ଏତଲା ଦିଆଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ମାମଲା ରୁଜୁ ହୋଇନାହିଁ। ଶେଷରେ ବାଧ୍ୟ ହୋଇ ଦଳିତ ବ୍ୟବସାୟୀ ଗୁରୁବାର ପାଣିକୋଇଲିସ୍ଥିତ ଜିଲା ପୋଲିସ ମୁଖ୍ୟାଳୟରେ ଏସ୍‌ସପିଙ୍କୁ ଭେଟି ଗୁହାରି କରଛନ୍ତି। ପରେ ତୁରନ୍ତ ମାମଲା ରୁଜୁ କରିବାକୁ ଏସ୍‌ପି ମଙ୍ଗଳପୁର ଥାନାଧିକାରୀ ଅସିତ କୁମାର ମହାନ୍ତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ମଙ୍ଗଳପୁର ଥାନା ପାଲଟପୁର ଗ୍ରାମର ମଦନ ମଲ୍ଲିକ ଗତ ୨୯ ତାରିଖରେ ପାଇଁ ମଙ୍ଗଳପୁରର ପିକେ ଢାବାରେ ଏକ ବିବାହ ଭୋଜି ଆୟୋଜନ କରିଥିଲେ। ଭୋଜି ଚାଲିଥିବାବେଳେ ୨ ଜଣ ଯୁବକ ପହଞ୍ଚି ଖାଦ୍ୟ ମାଗିଥିଲେ। ମାତ୍ର ଭୋଜି ପାଇଁ ଢାବା ରିର୍ଜଭ ହୋଇଥିବାରୁ ହେଟେଲ ମାଲିକ ନିଜର ଅକ୍ଷମତା ପ୍ରକାଶ କରିଥିଲେ। ଫଳରେ ସେମାନେ ଉତ୍‌କ୍ଷିପ୍ତ ହୋଇ ଗାଳିଗୁଲଜ କରିଥିଲେ। ନିମନ୍ତ୍ରିତ ଭଦ୍ର ବ୍ୟକ୍ତିମାନେ ଥିବାରୁ ମଦନ ଓ ହୋଟେଲ ମାଲିକ ପ୍ରତାପ ପାଢୀ ଗାଳିଗୁଲଜକୁ ପ୍ରତିବାଦ କରିଥିଲେ। ଏନେଇ ମଦନ ଓ ପ୍ରତାପ ମଙ୍ଗଳପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଥାନାକୁ ଡାକିଥିଲେ ମଧ୍ୟ ସ୍ଥାନୀୟ ସରପଞ୍ଚ ଓ ବଜାର କମିଟି ପକ୍ଷରୁ ଏହାର ସମାଧାନ କରାଯିବ ବୋଲି କହି ତାଙ୍କୁ ଥାନାରୁ ଆଣିଥିଲେ। ଏହାର ସମାଧାନ ପାଇଁ କମିଟିର ସଭ୍ୟ କ୍ଷତ୍ରୋଦ ଶତପଥୀ ୧ ତାରିଖରେ ମଦନଙ୍କୁ ଦୁର୍ଗା ମଣ୍ଡପକୁ ଡାକିଥିଲେ। ମାତ୍ର ମଦନ ତାଙ୍କ ବୟାନ ରଖିବା ପୂର୍ବରୁ ସଭ୍ୟମାନେ ଉତକ୍ଷୀପ୍ତ ହୋଇ ଗାଳିଗୁଲଜ କରିବା ସହ ଦୋକାନ କରିଦେବୁ ନାହିଁ ବୋଲି କହିଥିଲେ। ମଦନଙ୍କୁ ମାଡ଼ ମାରିବା ସହ ଜୋରଜବରଦସ୍ତ ସାଦା କାଗଜରେ ଦସ୍ତଖତ କରିବାକୁ ବାଧ୍ୟ କରିଥିଲେ। ଏ ନେଇ ୨ ତାରିଖରେ ପୁନଶ୍ଚ ଲିଖିତ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri