ବଜେଟରେ ମିଳି ନ ପାରେ ଆୟକର ରିହାତି

ନୂଆଦିଲ୍ଲୀ,୨୭-୧୨: ସରକାର କର୍ପୋରେଟ ଟିକସ ହାର ହ୍ରାସ କରିବା ପରେ ବ୍ୟକ୍ତିଗତ ଆୟକର ହ୍ରାସ ହେବା ନେଇ ଚର୍ଚ୍ଚା ହେଉଛି। ଫେବୃୟାରୀ ପହିଲାରେ ଆସିବାକୁ ଥିବା ସାଧାରଣ ବଜେଟରେ ଆୟକର ହ୍ରାସ ହେବା ନେଇ ଲୋକମାନେ ଆଶା ରଖିଛନ୍ତି। ମାତ୍ର ବର୍ତ୍ତମାନ ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ଲାଗି ରହିଥିବାରୁ ସରକାର ଆୟକରରେ ରିହାତି ନ ଦେଲା ଭଳି ଅନୁମାନ କରାଯାଉଛି। ଏକ ନ୍ୟୁଜ ଏଜେନ୍ସିକୁ ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ଦେଇଥିବା ସୂଚନା ମୁତାବକ, ଟିକସ ହାର ହ୍ରାସ ହେଲେ ଯଦି ଲୋକମାନେ ଯଦି ସେମାନଙ୍କ ଖର୍ଚ୍ଚ ନ ବଢାନ୍ତି, ତେବେ ଏହାର ଫାଇଦା ଅର୍ଥ ବ୍ୟବସ୍ଥାକୁ ମିଳିବ ନାହିଁ। ଏହାକୁ ନେଇ ସରକାର ଆଶଙ୍କାରେ ରହିଛନ୍ତି। ଏହାକୁ ଧ୍ୟାନରେ ରଖି ସରକାର ଅଭିବୃଦ୍ଧି ଏବଂ ଚାହିଦା ସହ ସମ୍ପର୍କ ରଖୁଥିବା କ୍ଷେତ୍ରଗୁଡିକରେ ଲୋକମାନେ କିଭଳି ଖର୍ଚ୍ଚ ବଢାଇ ପାରିବେ, ସେ ଦିଗରେ କାର୍ଯ୍ୟକ୍ରମ ଜାରି କରିବାକୁ ଫୋକସ୍‌ କରାଯିବ ବୋଲି ସେ ମତ ଦେଇଛନ୍ତି।
ଅଧିକାରୀ ଜଣକ କହିଛନ୍ତି ଯେ, ସେପ୍ଟେମ୍ବରରେ ସରକାର କର୍ପୋରେଟ ଟିକସରେ ହ୍ରାସ କରିଥିଲେ। ଏହା ଦ୍ୱାରା ୧.୪୫ ଲକ୍ଷ କୋଟି ଟଙ୍କାର ରାଜସ୍ବ ହ୍ରାସ ହୋଇଛି। ସରକାରଙ୍କ ଏହି ପଦକ୍ଷେପର ପ୍ରଭାବ ଏବେ ଯାଏ ବଜାର ଉପରେ ପରିଲକ୍ଷିତ ହୋଇ ନାହିଁ। ଏହାର ପ୍ରଭାବ ଦେଖିବା ଲାଗି ଚଳିତ ଆର୍ଥତ୍କ ବର୍ଷ ଶେଷ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିପାରେ। ସେହିଭଳି ପ୍ରତ୍ୟକ୍ଷ ଟିକସ କ୍ଷେତ୍ରରେ ଏବେ ବୃଦ୍ଧି ହେଉଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଥିଲେ। ନଭେମ୍ବର ଶେଷ ପର୍ଯ୍ୟନ୍ତ ଏଥିରେ ୫% ବୃଦ୍ଧି ଘଟିଛି। ସେହିଭଳି ସରକାର ଲକ୍ଷ୍ୟ ରଖିଥିବା ପୁଞ୍ଜି ପ୍ରତ୍ୟାହାରଠାରୁ ବହୁ ପଛରେ ଅଛନ୍ତି। ଚଳିତ ଆର୍ଥତ୍କ ବର୍ଷରେ ୧.୦୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ପ୍ରତ୍ୟାହାର ଲାଗି ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୭,୩୫୪ କୋଟି ଟଙ୍କା ହାସଲ କରିପାରିଛନ୍ତି।
ଏହାବାଦ ପରୋକ୍ଷ ଟିକସ ସଂଗ୍ରହ ମଧ୍ୟ ଆଶାନୁରୂପ ହେଉନାହିଁ। ଜିଏସ୍‌ଟି ପରିଷଦର ପ୍ରେଜେଣ୍ଟେଶନ ମୁତାବକ, ଚଳିତ ଆର୍ଥତ୍କ ବର୍ଷର ୧.୬ ଲକ୍ଷ କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ ଆବଶ୍ୟକତା ପଡିବ। ଟିକସ ରାଜସ୍ବ କମୁଥିବାରୁ ଜିଏସ୍‌ଟି କ୍ଷତିପୂରଣ ସେସ୍‌ ସଂଗ୍ରହ ୬୦ ହଜାର କୋଟି ଟଙ୍କାକୁ ଖସିପାରେ ବୋଲି କୁହାଯାଉଛି। ଜିଏସ୍‌ଟି କ୍ଷତିପୂରଣ ପ୍ରଦାନରେ କେନ୍ଦ୍ର ସରକାର ବିଳମ୍ବ କରୁଥିବାରୁ ଏହାକୁ ନେଇ ରାଜ୍ୟ ଗୁଡିକ ଅସନ୍ତୋଷ ପ୍ରକାଶ କରିଥିଲେ। ୧୬ ଡିସେମ୍ବରରେ କେନ୍ଦ୍ର ସରକାର ରାଜ୍ୟଗୁଡିକୁ ୩୫,୨୯୮ କୋଟି ଟଙ୍କା କ୍ଷତିପୂରଣ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri