Posted inଜାତୀୟ

ବଜେଟ ଅଧିବେଶନରେ ରହିବେନି କେହି ପୂର୍ବତନ ପ୍ରଧାନମନ୍ତ୍ରୀ: ମନମୋହନଙ୍କ ୨୮ ବର୍ଷର ରାଜ୍ୟ ସଭା କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ,୧୫।୬: ଜୁନ୍‌ ୧୭ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ୍‌ ଅଧିବେଶନରେ ଚଳିତଥର କୌଣସି ପୂର୍ବତନ ପ୍ରଧାନମନ୍ତ୍ରୀ ରହିବେ ନାହିଁ। ଦେଶରେ ଦୁଇଜଣ ପୂର୍ବତନ ପ୍ରଧାନମନ୍ତ୍ରୀ ଅଛନ୍ତି। ସେମାନେ ହେଉଛନ୍ତି ମନମୋହନ ସିଂ ଏବଂ ଦେବଗୌଡ଼ା। ଦେବଗୌଡ଼ା ଲୋକ ସଭା ନିର୍ବାଚନରେ ପରାଜିତ ହୋଇଛନ୍ତି। ସେହିପରି ମନମୋହନ ସିଂଙ୍କ କାର୍ଯ୍ୟକାଳ ଜୁନ୍‌ ୧୪ରେ ଶେଷ ହୋଇଛି। ସେ ୧୯୯୧ଠାରୁ ଆସାମରୁ ରାଜ୍ୟ ସଭାକୁ ଗତ ୨୮ ବର୍ଷ ଧରି ନିର୍ବାଚିତ ହୋଇ ଆସୁଥିଲେ। ମନମୋହନଙ୍କ ସହିତ ଏସ୍‌.କୁଜୁରଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହୋଇଛି। ଫଳରେ ଏବେ ଆସାମରେ ୨ ରାଜ୍ୟ ସଭା ଆସନ ଖାଲିପଡ଼ିଛି। ପୂର୍ବରୁ ଏଠାରେ ମେ ମାସରେ ହୋଇଥିବା ରାଜ୍ୟସଭା ନିର୍ବାଚନରେ କଂଗ୍ରେସ ଏବଂ ଏଆଇୟୁଡିଏଫ୍‌ କୌଣସି ପ୍ରାର୍ଥୀ ଦେଇ ନ ଥିଲେ। ଫଳରେ ଭାଜପା ଏବଂ ଆସାମ ଗଣପରିଷଦ ପ୍ରାର୍ଥୀ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ଏଠାରେ ୧୨୬ ବିଧାନସଭା ଆସନ ମଧ୍ୟରେ କଂଗ୍ରେସର ୨୬ ଜଣ ଏବଂ ଏଆଇୟୁଡିଏଫ୍‌ର ୧୩ ଜଣ ବିଧାୟକ ଅଛନ୍ତି। ଭାଜପାର ଏଠାରେ ୬୦ ଜଣ ବିଧାୟକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri