Posted inଜାତୀୟ

ବଜେଟ ପୂର୍ବରୁ ମନମୋହନଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୮।୬(ପି.ଟି.):କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜୁଲାଇ ୫ରେ ତାଙ୍କର ପ୍ରଥମ ବଜେଟ ଉପସ୍ଥାପନ କରିବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ମନମୋହନ ସିଂଙ୍କୁ ଗୁରୁବାର ତାଙ୍କ ବାସଭବନରେ ଭେଟିଛନ୍ତି। ପି.ଭି. ନରସିଂହ ରାଓଙ୍କ ସରକାରରେ ମନମୋହନ ଅର୍ଥମନ୍ତ୍ରୀ ଥିବାବେଳେ ୧୯୯୧ରେ ଅନେକ ଆର୍ଥିକ ସଂସ୍କାର ଘୋଷଣା କରିଥିଲେ, ଯାହା ଭାରତର ଅର୍ଥନୀତିରେ ଦ୍ରୁତ ଅଭିବୃଦ୍ଧି ଆଣିଥିଲା। ତେବେ ମନମୋହନଙ୍କୁ ସୀତାରାମନ୍‌ ଭେଟିବା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା ବୋଲି ଅର୍ଥମନ୍ତ୍ରଣାଳୟ ସୂତ୍ରରୁ କୁହାଯାଇଛି। ପାଖାପାଖି ୩ ଦଶନ୍ଧି ଧରି ରାଜ୍ୟ ସଭା ସଦସ୍ୟ ଥିବା ମନମୋହନଙ୍କ କାର୍ଯ୍ୟକାଳ ନିକଟରେ ଶେଷ ହୋଇଛି। କେନ୍ଦ୍ରରେ ପୂର୍ଣ୍ଣକାଳୀନ ଅର୍ଥମନ୍ତ୍ରୀ ହେବାରେ ସୀତାରାମନ୍‌ ପ୍ରଥମ ମହିଳା। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଅର୍ଥ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri