ବଜେଟ-୨୦୨୦: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

କେନ୍ଦ୍ର ସରକାର ଭିତ୍ତିଭୂମି ବିକାଶ ଉପରେ ବଜେଟରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଉଡ଼ାନ୍‌ ଯୋଜନାରେ ଦେଶରେ ଅଧିକ ୧୦୦ ବିମାନବନ୍ଦରର ବିକାଶ ୨୦୨୪ ସୁଦ୍ଧା କରାଯିବ ବୋଲି କହିଛନ୍ତି। ଆସନ୍ତା ଆର୍ଥିକବର୍ଷରେ ପରିବହନ ଭିତ୍ତିଭୂମିର ବିକାଶ ଲାଗି ୧.୭ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ତେଜସ୍‌ ଭଳି ଅଧିକ ଟ୍ରେନ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକୁ ଚଳାଚଳ କରିବ। ୨୦୨୩ ସୁଦ୍ଧା ରାଜପଥଗୁଡ଼ିକର ବିକାଶ, ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ ଓ୍ବେର ନବୀକରଣ ସହ ଅନ୍ୟ ୨ଟି ପ୍ରକଳ୍ପ କାର୍ଯ୍ୟ ଶେଷ କରାଯିବ ବୋଲି ବଜେଟ ଅଭିଭାଷଣରେ ଅର୍ଥମନ୍ତ୍ରୀ ପ୍ରକାଶ କରିଛନ୍ତି। ସେହିଭଳି ସିଙ୍ଗଲ ଓ୍ବିଣ୍ଡୋ ଇ- ଲଜିଷ୍ଟିକ୍‌ ମାର୍କେଟ ଲାଗି ଖୁବ୍‌ଶୀଘ୍ର ନ୍ୟାଶନାଲ ଲଜିଷ୍ଟିକ୍‌ସ ପଲିସି ଅଣାଯିବ। ଭାରତ ନେଟ୍‌ ଲାଗି ୬ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇ ୧ ଲକ୍ଷ ଗ୍ରାମପଞ୍ଚାୟତର ବିକାଶ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଘରୋଇ ସେକ୍ଟରରେ ଡାଟା ସେଣ୍ଟର ନିର୍ମାଣ ଲାଗି ଆଇନ ଅଣାଯିବାର ବ୍ୟବସ୍ଥା କରାଯାଉଥିବା ଘୋଷଣା କରାଯାଇଛି। ନ୍ୟାଶନାଲ ଗ୍ୟାସ୍‌ ଗ୍ରୀଡ୍‌ ୧୬,୨୦୦ କି.ମି.ରୁ ପରିବର୍ଦ୍ଧିତ କରାଯାଇ ୨୭ ହଜାର କି.ମି. କରାଯିବ ବୋଲି ବଜେଟରେ ଘୋଷଣା କରାଯାଇଛି।

 

 

କେଉଁ କ୍ଷେତ୍ରକୁ କେତେ ଟଙ୍କା
ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ୧ ଲକ୍ଷ ୨୩ହଜାର କୋଟି
ସ୍ବଚ୍ଛ ଭାରତ ମିଶନ ୧୨ ହଜାର ୩୦୦କୋଟି
କୃଷି କ୍ଷେତ୍ର ୨ ଲକ୍ଷ ୮୩ ହଜାର କୋଟି
ପାଇପ ଯୋଗେ ଜଳଯୋଗାଣ ୧୧ ହଜାର ୫୦୦ କୋଟି
ଶିକ୍ଷା କ୍ଷେତ୍ର ୯୯ ହଜାର ୩୦୦ କୋଟି
ଜଳ ଜୀବନ ମିଶନ ୩ ଲକ୍ଷ ୬୦ ହଜାର କୋଟି
ସ୍ବାସ୍ଥ୍ୟସେବା କ୍ଷେତ୍ର ୬୯ ହଜାର କୋଟି
ବାୟୁ ପ୍ରଦୂଷଣ ରୋକିବାକୁ ୪୪୦୦ କୋଟି
ଉଦ୍ୟୋଗ ଓ ବାଣିଜ୍ୟ କ୍ଷେତ୍ର ୨୭ ହଜାର ୩୦୦ କୋଟି
ପୋଷଣ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ୩୫ ହଜାର ୬୦୦ କୋଟି
ଅନୁସୂଚିତ ଜାତି ଓ ପଛୁଆ ବର୍ଗ କଲ୍ୟାଣ ୮୫ ହଜାର କୋଟି
ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ କଲ୍ୟାଣ ୯୫୦୦ କୋଟି
ସଂସ୍କୃତି ଓ ପର୍ଯ୍ୟଟନ ୫୬୫୦ କୋଟି
ପବ୍ଲିକ ସେକ୍ଟର ବ୍ୟାଙ୍କ ୩ ଲକ୍ଷ ୫୪ ହଜାର କୋଟି
ଦକ୍ଷତା ବିକାଶ ୩ ହଜାର କୋଟି
ସଡ଼କ ଓ ପରିବହନ ୧ ଲକ୍ଷ ୭୦ ହଜାର କୋଟି

Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri