Posted inକଟକ

ବଜ୍ରକାପ୍ତା ଉଦ୍ଧାର, ୨ଅଭିଯୁକ୍ତ ଗିରଫ

ଖୁଣ୍ଟୁଣୀ,୨୧ା୫(ଡି.ଏନ୍‌.ଏ.): ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଖୁଣ୍ଟୁଣୀ ବନ ବିଭାଗ ୨ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳର ଚନ୍ଦ୍ରମଣି ଜେନା, କଟକ ଶିଖରପୁର ଅଞ୍ଚଳର ମନୋଜ ଦଳାଇ। ଏମାନଙ୍କ ନିକଟରୁ ଗୋଟିଏ ବଜ୍ରକାପ୍ତା ସହ ଦୁଇଟି ବାଇକ୍‌ ଜବତ ହୋଇଛି। ସୂଚନା ଅନୁଯାୟୀ, ବଜ୍ରକାପ୍ତା ଚୋରା ଚାଲାଣ ହେଉଥିବା ନେଇ ଗତ ମଙ୍ଗଳବାର ଖୁଣ୍ଟୁଣୀ ବନାଞ୍ଚଳ ଅଧିକାରୀ ମାଗୁଣୀ ଚରଣ ବେହେରା କୌଣସି ସୂତ୍ରରୁ ଖବର ପାଇଥିଲେ। ରାଜକନିକା ଅଞ୍ଚଳର ଚନ୍ଦ୍ରମଣି ଏକ ସ୍କୁଟିରେ କଟକ ଅଭିମୁଖେ ଯାଉଥିବା ବେଳେ ନୂଆପାଟଣା ମଧୁସୂଦନ ସେତୁ ନିକଟରୁ ବନକର୍ମଚାରୀମାନେ ତାଙ୍କୁ ଅଟକାଇବା ସହ ଧରିଥିଲେ। ଏହା ସହ ତାଙ୍କ ସ୍କୁଟିରୁ ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଥିଲେ। ସେ ଶିଖରପୁର ଅଞ୍ଚଳର ମନୋଜଙ୍କ ନିକଟକୁ ନେଉଥିବା ବନକର୍ମଚାରୀଙ୍କୁ କହିଥିଲେ। ଏହା ପରେ ମନୋଜଙ୍କୁ ଫୋନ କରି ଡାକିବା ପାଇଁ ଚନ୍ଦ୍ରମଣିଙ୍କୁ ବନକର୍ମଚାରୀ କହିଥିଲେ। ମନୋଜ ସେଠାରେ ପହଞ୍ଚିବା ପରେ ବନକର୍ମଚାରୀମାନେ ମଧ୍ୟ ତାଙ୍କୁ କାବୁ କରିନେଇଥିଲେ। ଏହି ଚଢ଼ାଉରେ ବନାଞ୍ଚଳ ଅଧିକାରୀ ବେହେରାଙ୍କ ସମେତ ଫରେଷ୍ଟର ଅକ୍ଷୟ ପ୍ରଧାନ, ରାକେଶ ଦଳାଇ, ରମାକାନ୍ତ ବଳବନ୍ତରାୟ, ଆଶିଷ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri