ବଜ୍ରକାପ୍ତା, ହାତୀଦାନ୍ତ ଚୋରାଚାଲାଣ ଜେଲ ଗଲେ ୭ ବେପାରୀ

ଖୁଣ୍ଟୁଣୀ,୩ା୧୨(ଡି.ଏନ୍‌.ଏ.):  ଆଠଗଡ଼ ବନଖଣ୍ଡର ଖୁଣ୍ଟୁଣୀଠାରୁ ନରସିଂହପୁର ବନାଞ୍ଚଳରେ ବଜ୍ରକାପ୍ତା ଓ ହାତୀଦାନ୍ତ ଚୋରାଚାଲାଣ ଅଭିଯୋଗରେ ଖୁଣ୍ଟୁଣୀ ବନାଞ୍ଚଳ ୭ଜଣ ବେପାରୀଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ, ଆଠଗଡ଼ ଥାନା ହେମମାଳପୁର ଗ୍ରାମର ଅଶୋକ ଜେନା, ଚୌଦ୍ୱାରା ଥାନା ନୂଆପାଟଣା ଗ୍ରମାର ଧ୍ରୁବଚରଣ ସାହୁ, ଆଠଗଡ଼ ଥାନା ଗୁଣ୍ଡିଚାପୁରର ରାଜୁ ଦେହୁରୀ, କୁଲାଇଲୋରର ପ୍ରଶାନ୍ତ ସେଠୀ, ବାରଙ୍ଗ ଥାନା ରତାଗଡ଼ର ବିଭୂତି ଭୂଷଣ ସାହୁ, ଗୁୁରୁଡ଼ିଝାଟିଆ ଥାନା ସୁନିଆ ମୁହଁ ଗ୍ରାମର ଆକାଶ ବେହେରା ଏବଂ ଖୁଣ୍ଟୁଣୀ ଥାନା ଡାବର ଗ୍ରାମର ସତ୍ୟାନନ୍ଦ ବେହେରା। ଏମାନଙ୍କ ଜାମିନ ନାମଞ୍ଜୁର ହେବାରୁ ବନ ବିଭାଗ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏ ନେଇ ଖୁଣ୍ଟୁଣୀ ବନାଞ୍ଚଳ ନଂ. ଓଆର ୪୬କେ ୧୯/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସୂଚନାଯୋଗ୍ୟ, ଗତ କିଛିଦିନ ହେବ ଖୁଣ୍ଟୁଣୀଠାରୁ ନରସିଂହପୁର ବନାଞ୍ଚଳରୁ ଅଧିକାଂଶ ବନ୍ୟପ୍ରାଣୀ ଶିକାର କରି ଚମ, ଦାନ୍ତ ଚୋରାଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଥିଲା। ଗତ ୨୮ତାରିଖରେ ଗୁରୁଡିଝାଟିଆ ଥାନା ଅଧିକାରୀ ବିଜୟ କେତନ ବିସି ପାଟ୍ରୋଲିଂ ସାରି ଫେରୁଥିବାବେଳେ ସୁନିଆମୁହଁ ସଂରକ୍ଷିତ ଜଙ୍ଗଲରେ ଆକାଶ ଓ ସତ୍ୟାନନ୍ଦ ସନ୍ଦେହଜନକ ଭାବେ ବୁଲୁଥିବା ଦେଖିଥିଲେ। କୌଶଳକ୍ରମେ ସେମାନଙ୍କୁ କାବୁ କରି ଥାନାକୁ ଆଣିଥିଲେ। ପଚରାଉଚୁରା ସହ ସେମାନଙ୍କ ମୋବାଇଲ ଫୋନ ଦେଖିବାରୁ ହାତୀଦାନ୍ତ ଓ ବଜ୍ରକାପ୍ତା ଫଟୋ ଦେଖି ବେପାର ସହ ଚୋରାଚାଲାଣ କରୁଥିବା ଜାଣିପାରିଥିଲେ। ପରେ ଅଭିଯୁକ୍ତଦ୍ୱୟ ଏହା ସ୍ବୀକାର କରିବା ପରେ ସେମାନଙ୍କୁ ଖୁଣ୍ଟୁଣୀ ବନାଞ୍ଚଳ ଅଧିକାରୀ ମାଗୁଣୀ ବେହେରାଙ୍କୁ ହସ୍ତାନ୍ତର କରିତ୍ଥଲେ। ସେମାନେ ୨୮ତାରିଖରୁ ୪ଦିନ ପର୍ଯ୍ୟନ୍ତ ଅଭିଯୁକ୍ତଦ୍ୱୟଙ୍କୁ ନିଜ ହେପାଜତରେ ରଖି ପଚରାଉଚୁରା ପରେ ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବାରେ ସଫଳ ହୋଇଥିଲେ। ଖୁଣ୍ଟୁଣୀ, ଆଠଗଡ଼ ବନାଞ୍ଚଳରେ ପ୍ରତିଦିନ ହରିଣ, ମୟୁର, ବାରହା ଆଦି ପ୍ରାଣୀଙ୍କ ଶିକାର ହେଉଥିବାବେଳେ ପୋଲିସ କିଭଳି ଜାଣିପାରୁନାହିଁ ତାହା ସାଧାରଣରେ ପ୍ରଶ୍ନ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri