ବଜ୍ରପାତପ୍ରବଣ ରାଜ୍ୟ ଓଡ଼ିଶା: ୪ମାସରେ ୯ଲକ୍ଷ ଥର ବଜ୍ରପାତ

ଭୁବନେଶ୍ୱର, ୩।୯(ବ୍ୟୁରୋ): ଏକ ବଜ୍ରପାତ ପ୍ରବଣ ରାଜ୍ୟ ହୋଇ ମଧ୍ୟ ଓଡ଼ିଶା ଏହାର ମୁକାବିଲା କରିବାରେ ସଫଳ ସାବ୍ୟସ୍ତ ହୋଇଛି। ଆବଶ୍ୟକ ପଦକ୍ଷେପ ଏବଂ ଉଚିତ ସତର୍କତା ଗ୍ରହଣ କରାଯିବା ଫଳରେ ବଜ୍ରପାତ ଭଳି ଏକ ପ୍ରାକୃତିକ ବିପର୍ଯ୍ୟୟରୁ ଯଥାସମ୍ଭବ ଓଡ଼ିଶାବାସୀଙ୍କ ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି ରାଜ୍ୟ ସରକାର। କ୍ଲାଇମେଟ୍‌ ରେସିଲିଏଣ୍ଟ ସିଷ୍ଟମ ପ୍ରମୋଶନ କାଉନସିଲ୍‌ ପକ୍ଷରୁ ବଜ୍ରପାତକୁ ନେଇ ମୌସୁମୀ ଋତୁରେ ପ୍ରସ୍ତୁତ ଏକ ରିପୋର୍ଟରେ କୁହାଯାଇଛି ଯେ, ଓଡ଼ିଶା ଓ କର୍ନାଟକ ବଜ୍ରପାତ ମୁକାବିଲା କ୍ଷେତ୍ରରେ ଅଗ୍ରଣୀ ରାଜ୍ୟ।
ଦେଶର ବଜ୍ରପାତ ପ୍ରବଣ ରାଜ୍ୟଗୁଡ଼ିକ ମଧ୍ୟରୁ ଓଡ଼ିଶା ହେଉଛି ଅନ୍ୟତମ। ଗତ ଏପ୍ରିଲ ପହିଲାରୁ ଜୁଲାଇ ୩୧ତାରିଖ ମଧ୍ୟରେ ସାରା ଦେଶରେ ୬୪,୫୫,୫୪୦ଟି ବଜ୍ରପାତ ହୋଇଥିବାବେଳେ କେବଳ ଓଡ଼ିଶାରେ ୯,୦୦,୨୯୬ଟି ଘଟିଛି। ତେବେ ବଜ୍ରପାତ ମୁକାବିଲା କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟ ତୁଳନାରେ ଆଗରେ ରହିଛି। ଏପ୍ରିଲରୁ ଜୁଲାଇ ମଧ୍ୟରେ ବଜ୍ରପାତରେ ୧୨୯ଜଣଙ୍କ ମୃତ୍ୟୁ ଘଟିଛି। ଉଚିତ ଓ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାରୁ ଅଧିକରୁ ଅଧିକ ଲୋକଙ୍କ ଜୀବନ ରକ୍ଷା କରିବା ସମ୍ଭବ ହୋଇପାରିଛି। ତେବେ ଏ ଦିଗରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓସ୍‌ଡମା)ର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଦର୍ଶାଇଛନ୍ତି ଓସ୍‌ଡମାର ପରିଚାଳନା ନିର୍ଦ୍ଦେଶକ ବିଷ୍ଣୁପଦ ସେଠୀ। ସେ କହିଛନ୍ତି, ବଜ୍ରପାତ ସଂକ୍ରାନ୍ତରେ ଲୋକଙ୍କୁ ଏସ୍‌ଏମ୍‌ଏସ୍‌ ଓ ସତର୍କ ଆପ୍‌ ଜରିଆରେ ଆଗୁଆ ସୂଚନା ପ୍ରଦାନ ଯୋଗୁ ସେମାନଙ୍କ ଜୀବନରକ୍ଷା କରାଯାଇପାରୁଛି।
ସୂଚନାଯୋଗ୍ୟ, ଏହି ୪ମାସ ମଧ୍ୟରେ ଉତ୍ତରପ୍ରଦେଶରେ ବଜ୍ରପାତରେ ସର୍ବାଧିକ ୨୨୪ ଜୀବନ ଯାଇଛି। ଏଠାରେ କିନ୍ତୁ ଓଡ଼ିଶା ତୁଳନାରେ କମ୍‌ ବଜ୍ରପାତ ହୋଇଛି। ବଜ୍ରପାତ କ୍ଷେତ୍ରରେ ଓଡ଼ିଶା ସବୁଠାରୁ ଆଗରେ ରହିଥିବା ରିପୋର୍ଟ କହୁଛି। ଚଳିତବର୍ଷ ଜୁନ୍‌ ମାସରେ ମୋଟ ୨୬,୧୪,୮୪୧ଟି ବଜ୍ରପାତ ହୋଇଥିବାବେଳେ ଜୁନ୍‌ ୨ତାରିଖରେ ସର୍ବାଧିକ ୨,୧୯,୦୦୦ଟି ବଜ୍ରପାତ ହୋଇଛି। ଉତ୍ତରପ୍ରଦେଶରେ ସର୍ବାଧିକ ବଜ୍ରପାତଜନିତ ମୃତ୍ୟୁ ହୋଇଥିବାବେଳେ ପୂର୍ବ ସିଂହଭୂମ ଜିଲାରେ ସର୍ବାଧିକ ବଜ୍ରପାତ ହୋଇଥିବା ରେକର୍ଡ କରାଯାଇଛି। ଏପ୍ରିଲ ୧୫ ଓ ୧୬ ତାରିଖ ୨୪ଘଣ୍ଟା ମଧ୍ୟରେ ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଗୁଜରାଟରେ ସର୍ବାଧିକ ୮୯ଟି ବଜ୍ରପାତ ମୃତ୍ୟୁ ରେକର୍ଡ କରାଯାଇଛି। ତେବେ କମ୍‌ ବଜ୍ରପାତରେ ଅଧିକ ଲୋକଙ୍କ ମୃତ୍ୟୁ ଘଟୁଥିବା ରାଜ୍ୟ ଉତ୍ତରପ୍ରଦେଶ ଓ ବିହାରରେ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ କୁହାଯାଇଛି। ଲୋକଙ୍କୁ ବଜ୍ରପାତ ସଂକ୍ରାନ୍ତରେ ସଚେତନ କରିବା ସହିତ ବଜ୍ରପାତ ନିରୋଧ ଡିଭାଇସ୍‌ ସ୍ଥାପନ ଦ୍ୱାରା ଶତ ପ୍ରତିଶତ ସୁରକ୍ଷା ଯୋଗାଇ ଦିଆଯାଇପାରିବ ବୋଲି କୁହାଯାଇଛି। ବଜ୍ରପାତ ଜନିତ ମୃତ୍ୟୁସଂଖ୍ୟା ଅଧିକରୁ ଅଧିକ ସଂଖ୍ୟାରେ ବୃଦ୍ଧି ପାଉଥିବାରୁ ବୈଜ୍ଞାନିକ ପଦ୍ଧତିରେ ଏହାର ପରିଚାଳନା ଲାଗି ମତପ୍ରକାଶ ପାଇଛି। ଇତିମଧ୍ୟରେ ଆମେରିକାର ଆର୍ଥ ନେଟୱର୍କ ସହଯୋଗରେ ଓସ୍‌ଡମା ପକ୍ଷରୁ ବଜ୍ରପାତ ଚିହ୍ନଟ ସେନ୍‌ସର ସ୍ଥାପନ ହୋଇଛି, ଯାହା ବଜ୍ରପାତରୁ ଘଣ୍ଟାଏ ପୂର୍ବରୁ ସତର୍କର ସୂଚନା ଦେଉଛି। ଏସ୍‌ଏମ୍‌ଏସ୍‌, ଟିଭି ଚ୍ୟାନେଲ୍‌ ଓ ସୋସିଆଲ ମିଡିଆ ସାହାଯ୍ୟରେ ଏହାକୁ ଲୋକଙ୍କ ନିକଟକୁ ସଚେତନତାମୂଳକ ବାର୍ତ୍ତା ପଠାଯାଇ ପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri