ବଜ୍ରପାତରେ ଗଲା ନାବାଳିକାଙ୍କ ଜୀବନ

କଣ୍ଟାପଡା, ୮।୪(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ବୁଧବାର ଅପରାହ୍ନ ସାଢ଼େ ୧୨ଟା ବେଳେ ବଜ୍ରପାତ ଘଟି ଜଣେ ନାବାଳିକାଙ୍କ ମତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ସୁଜିତ ବେହେରାଙ୍କ ଝିଅ ପ୍ରିୟଙ୍କା(୧୩)।
ସୂଚନାନୁଯାୟୀ, ପ୍ରିୟଙ୍କା କୌଣସି କାମପାଇଁ ଘରର ପଛପଟକୁ ଯାଇଥିବାବେଳେ ହଠାତ୍‌ ବଜ୍ରପାତ ଘଟିଥିଲା। ଫଳରେ ପ୍ରିୟଙ୍କା ସେଠାରେ ଟଳିପଡିଥିଲେ। ପରିବାରଲୋକେ ତାଙ୍କୁ ଉଦ୍ଧାର କରି ଅଡଶପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଓଲଟପୁର ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତ ନାବାଳିକାଙ୍କ ମୃତଦେହକୁ ବ୍ୟବଛଦ ପାଇଁ ପଠାଇଛନ୍ତି। କଣ୍ଟାପଡା ସରପଞ୍ଚ ପ୍ରିତୀ ବେହେରା ମୃତକଙ୍କ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri