ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

ଆନନ୍ଦପୁର,୮। ୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କାଠକଟା ହୁଡି ନିକଟ ଝରଣା କୂଳରେ ବଜ୍ରପାତରେ ଦିଲୀପ ଚକ୍ର ନାମକ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ତାଙ୍କ ଘର ତରତରା ପଞ୍ଚାୟତ ଦୁଡୁଗାଁ ଗ୍ରାମରେ। ସୋମବାର ଅପରାହ୍ନରେ କାଠକଟା ଅଞ୍ଚଳ ବୁଲିବାକୁ ଯାଇଥିବାବେଳେ କାଳ ବୈଶାଖୀ ପ୍ରଭାବରେ ବର୍ଷା ହେବାରୁ ଦିଲୀପ ନିକଟସ୍ଥ ଏକ ଗଛ ମୂଳରେ ଠିଆ ହୋଇଥିବାବେଳେ ବଜ୍ରପାତର ଶିକାର ହୋଇଥିଲେ। ସେହିପରି କାଠକଟା ପଞ୍ଚାୟତ ଯୋଗିଆବନ୍ଧ ଗ୍ରାମର ଚଞ୍ଚଳା ମହାନ୍ତ ଘରେ ଥିବା ସମୟରେ ବଜ୍ରପାତରେ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଶାଳବଣି ମଣ୍ଡଳ ଭାଜପା ସଭାପତି ଟୁକୁନା ମହାନ୍ତ ଘଟଣା ସ୍ଥଳରେ ପହଞ୍ଚତ୍ଥିବାବେଳେ ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ପ୍ରଦାନ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଜ କୁଇନ୍ ପ୍ରତିଯୋଗିତା : ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri