The flames of the fire burning the herb in the evening field, turning into coals and ashes with smoke
ତିର୍ତ୍ତୋଲ,୫।୯(ଡି.ଏନ୍.ଏ.): ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତ ଗୁଣ୍ଠିଲ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ବଜ୍ରପାତ ଘଟି ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ୨ ବଖରା ଘର ଜଳିଯାଇଛି। ଏଥିସହ ଘରେ ଥିବା ୩ଟି ଗାଇ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।