ବଜ୍ରପାତରେ ଦମ୍ପତି ସମେତ ୩ ମୃତ, ଜଣେ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୧୬ା୭ (ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକର ବିଭିନ୍ନ ସ୍ଥାନରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଏକ ଦମ୍ପତି ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବୁଧବାର କେତେକ ମହିଳା ଓ ପୁରୁଷ ଚାଷୀ ବିଲକୁ କାମ କରିବାକୁ ଯାଇଥିଲେ। ହଠାତ ବର୍ଷା ହେବା ପରେ ବଜ୍ରପାତ ହେବାରୁ ବିଲରେ କାମ କରୁଥିବା ବଡଶିଆଡିମାଳ ଗ୍ରାମର ଚୈତନ୍ୟ ମହାନ୍ତ (୫୦) ଓ ତାଙ୍କ ସ୍ତ୍ରୀ ମୀନା ମହାନ୍ତ (୪୫) ଟଳି ପଡିଥିଲେ । ଖବର ପାଇ ଅଗ୍ନିସେବାବାହିନୀ ସେମାନଙ୍କୁ ଉଦ୍ଧାର କରି ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ତେବେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ସେହିପରି ଠାକୁରପଡ଼ା ଗ୍ରାମରେ ଅପରାହ୍ନ ପ୍ରାୟ ୨ଟାରେ ବିଲରେ କାମ କରୁଥିବାବେଳେ ବର୍ଷା ହେବାରୁ କାମ କରୁଥିବା ମହିଳା ମାନେ ଘରକୁ ପଳାଇଯାଉଥିବା ବେଳେ ଜୟନ୍ତୀ ମହାନ୍ତ (୪୫) ଯାଇପାରି ନ ଥିଲେ। ଫଳରେ ବଜ୍ରପାତ ହେବାରୁ ତାଙ୍କୁ ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଜଣେ କମଳାଙ୍ଗି ଗ୍ରାମର ଲାବଣ୍ୟବତୀ ମହାନ୍ତ ଆହତ ହୋଇ ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ଥିବା ଜଣାପଡିଛି। ପାଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବାସହ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri