ବଜ୍ରପାତରେ ମହିଳା ମୃତ, ପରିବାରକୁ କ୍ଷତିପୂରଣ ଦାବି

ଲଖନପୁର, ୨୪।୯(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଭଅଁରଖୋଲ ପଞ୍ଚାୟତ ଠେବରା ଗ୍ରାମର ଜଣେ ମହିଳାଙ୍କ ମଙ୍ଗଳବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ସୁରେନ ମୁଣ୍ଡାଙ୍କ ସ୍ତ୍ରୀ ଜୟ ସେନୀ(୪୦)।
ସୂଚନାନୁଯାୟୀ, ଜୟସେନୀ ଅପରାହ୍ନରେ ଗ୍ରାମ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଘରକୁ ଫେରୁଥିବା ବେଳେ ରାସ୍ତାରେ ବଜ୍ରପାତ ହୋଇଥିଲା। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଗ୍ରାମବାସୀ ଲଖନପୁର ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଲଖନପୁର ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଝାରସୁଗୁଡା ପଠାଇଛି । ଏଥିସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ମୃତ ମହିଳା ଙ୍କର ୨ଝିଅ ଓ ଗୋଟିଏ ପୁଅ ଅଛନ୍ତି । ତେବେ ତଦନ୍ତ କରି ଜିଲ୍ଲା ପ୍ରଶାସନ ତୁରନ୍ତ ମୃତକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri