ବଜ୍ରପାତରେ ଯୁବତୀଙ୍କ ଜୀବନଗଲା

ଭଞ୍ଜନଗର,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ହାତୀଗୁଡ଼ାରେ ଗୁରୁବାର ମଧ୍ୟାହ୍ନରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ଜୀବନ ଚାଲିଯାଇଛି। ସେ ହେଲେ ଟୁନି ପୋଲାଇ। ସେ ଜମିରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଭଞ୍ଜନଗର ଡାକ୍ତରଖାନା ଆଣଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।